ପାଣିପାଗ

ଆଗକୁ ଆସୁଛି ବଡ଼ ବର୍ଷା, ୧୨ରେ ଘୂର୍ଣ୍ଣିବଳୟ…ଏହି ସବୁ ଜିଲ୍ଲାରେ ପ୍ରବଳ ଛେଚିବ

ବିଶେଷ କରି ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୮ଟି ଜିଲ୍ଲାରେ ବିଭିନ୍ନ ସ୍ଥାନମାନଙ୍କରେ ୧୨ ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ପରାମର୍ଶ ଦିଆଯାଇଛି । ଏସବୁ ଜିଲ୍ଲା ହେଉଛନ୍ତି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର , ଦେବଗଡ଼, ସୋନପୁର, ବଲାଙ୍ଗୀର ଏବଂ ନୂଆପଡ଼ା ।

ଭୁବନେଶ୍ୱର,|୦୭:ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷା ପୂରା କମିଯିବ । କେଉଁଠି କେମିତି ଅସରାଏ ବର୍ଷା ହୋଇପାରେ । କିନ୍ତୁ ବିସ୍ତୃତ ଅଞ୍ଚଳରେ ବର୍ଷା ଆଶଙ୍କା ନାହିଁ । ୧୨ ତାରିଖରେ ଉତ୍ତର ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ହେବ । ଏହା ପ୍ରଭାବରେ ପୁଣି ବର୍ଷା ବଢ଼ିବା ସମ୍ଭାବନା ଅଛି । ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହି ପୂର୍ବାନୁମାନ କରିଛନ୍ତି ।

ଆଜି ପୂର୍ବାହ୍ନ ସାଢେ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବିଶେଷ କରି ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ୮ଟି ଜିଲ୍ଲାରେ ବିଭିନ୍ନ ସ୍ଥାନମାନଙ୍କରେ ୧୨ ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ପରାମର୍ଶ ଦିଆଯାଇଛି । ଏସବୁ ଜିଲ୍ଲା ହେଉଛନ୍ତି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର , ଦେବଗଡ଼, ସୋନପୁର, ବଲାଙ୍ଗୀର ଏବଂ ନୂଆପଡ଼ା । ଏହା ବ୍ୟତୀତ ରାଜ୍ୟର ଅନ୍ୟ ୭ଟି ଜିଲ୍ଲାରେ ସ୍ଥାନେ ସ୍ଥାନେ ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ‘ୟେଲୋ ଆଲର୍ଟ’ ଜାରି କରାଯାଇ ସଚେତନ ରହିବାକୁ କୁହାଯାଇଛି । ବାକି ଜିଲ୍ଲା ପାଇଁ କୌଣସି ସତର୍କତା ନାହିଁ ।

ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବାକି ସମସ୍ତ ଜିଲ୍ଲା ଯଥ ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ପାଇଁ କୌଣସି ସତର୍କ ସୂଚନା ନାହିଁ। ଏହି ଅଞ୍ଚଳଗୁଡ଼ିକରେ ସ୍ଥିତି ସ୍ୱାଭାବିକ ରହିବ। ପ୍ରବଳ ବର୍ଷା ସମୟରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ଓ ଜନସାଧାରଣଙ୍କୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି।

 

 

 

ସୌଜନ୍ୟ Prameya News7

 

Show More

Leave a Reply

Your email address will not be published. Required fields are marked *

Back to top button