ଜଳବାୟୁ

ଆଗାମୀ ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା, ତାପମାତ୍ରା ବି ବଢ଼ିବା ନେଇ ପାଣିପାଗ ବିଭାଗର ଅନୁମାନ

ଭୁବନେଶ୍ବର: ରାଜ୍ୟରେ ଖରା, ଗରମ ଗୁଳୁଗୁଳି ଅନୁଭୂତ ହେଉଛି। କାଁଭାଁ କୋହଲିଆ ପାଗ ରହିଥିବା ବେଳେ ଆହୁରି ୫ ଦିନ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଓ ପାଶ୍ବବର୍ତ୍ତୀ ଅଞ୍ଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ୫ ଦିନଯାଏ ବଜ୍ରପାତ ସହ ପବନ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି।

ସେହିଭଳି ଆସନ୍ତା ୨୪ ଘଣ୍ଟା ପାଇଁ କୋରାପୁଟ, ମାଲକାନଗିରି, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ୩୦ରୁ ୪୦ କିମି ଝଟକା ପବନର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହା ସହ ଏପ୍ରିଲ ୨ ତାରିଖ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ବଜ୍ରପାତର ସମ୍ଭାବନା ଥିବା ବେଳେ କିଛି ଜିଲ୍ଲାରେ ୟେଲୋ ଓ୍ବାର୍ଣ୍ଣିଂ ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

୨ ଦିନ ମଧ୍ୟରେ ତାପମାତ୍ରା ୪୨ ଡିଗ୍ରୀ ଛୁଇଁପାରେ !

ବର୍ତ୍ତମାନ ୩ ସହରରେ ୩୯ ଡିଗ୍ରୀ ତାପମାତ୍ରା ସହ ରହିଥିବା ବେଳେ ଟିଟିଲାଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ଟପିଛି। ଏମିତିରେ ୨ ଦିନ ମଧ୍ୟରେ ତାପମାତ୍ରା ୪୨ ଡିଗ୍ରୀ ଛୁଇଁପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏହାକୁ ନେଇ ରାଜ୍ୟରେ ୨ ଦିନ ମଧ୍ୟରେ ତାପମାତ୍ରା ୪୨ ରୁ ୪୩ ଡିଗ୍ରୀ ଛୁଇଁବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

୪ ତାରିଖ ଯାଏ ବଢ଼ିପାରେ ତାପମାତ୍ରା

ସେପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ଓଡ଼ିଶା ଉପକୂଳକୁ ଦକ୍ଷିଣ ପଶ୍ଚିମ ଦିଗରୁ ପବନ ବହୁଛି। ୪ ଯାଏଁ ତାପମାତ୍ରା ବଢ଼ିପାରେ।୪୦ ଡିଗ୍ରୀ ଯାଏ ତାପମାତ୍ରା ବୃଦ୍ଧି ହୋଇପାରେ। ଅବଶଞ କାଳବୈଶାଖୀ ପ୍ରଭାବ ଉପକୂଳରେ ଅଧିକ ରହିଛି। ଅଧିକାଂଶ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଯାଜପୁର, ଅନୁଗୁଳ, କନ୍ଧମାଳରେ ବିଶେଷ ପ୍ରଭାବ ରହିପାରେ।ତେବେ ସେପଟେ ଗତ ୨୪ ଘଣ୍ଟାରେ ୪ଟି ସ୍ଥାନରେ ବର୍ଷା ହୋଇଥିବା ବେଳେ କନ୍ଧମାଳ କେ ନୂଆଗାଁରେ ସର୍ବାଧିକ ୧୧ ମିମି ବର୍ଷା ରେକର୍ଡ ହୋଇଛି। ସେହିପରି ୩ଟି ସ୍ଥାନରେ ୩୯ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଟିଟିଲାଗଡ଼ରେ ୪୦.୫ ଡିଗ୍ରୀ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି।

ସୌଜନ୍ୟ Prameya News7

Show More

Leave a Reply

Your email address will not be published. Required fields are marked *

Back to top button