ଜଳବାୟୁମହାନଗର

ଆହୁରି ୫ ଦିନ ଯାଏ କାଳବୈଶାଖୀ, ୨ ଦିନ ପରେ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଅସହ୍ୟ ଖରା ଓ ଗୁଳୁଗୁଳି ଅନୁଭୂତି ହେବ । ଏଥିସହ ଆହୁରି ୫ ଦିନ ଯାଏ ବର୍ଷା ରାଜ୍ୟରେ କାଳବୈଶାଖୀର ପ୍ରକୋପ ଜାରି ରହିବ। ରାଜ୍ୟର କେତେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।

ଭୁବନେଶ୍ୱର ୩୦।୦୩ : ଅସହ୍ୟ ଖରା ଓ ଗୁଳୁଗୁଳି ଅନୁଭୂତି ହେବ । ଏଥିସହ ଆହୁରି ୫ ଦିନ ଯାଏ ବର୍ଷା ରାଜ୍ୟରେ କାଳବୈଶାଖୀର ପ୍ରକୋପ ଜାରି ରହିବ। ରାଜ୍ୟର କେତେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନାଗିରି, ବାଲେଶ୍ୱର, ରାୟଗଡ଼ା, ଗଜପତି, ଭଦ୍ରକ, ନବରଙ୍ଗପୁର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ଦିନ ତାପମାତ୍ରା ବଢ଼ିବ। ପ୍ରାୟ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିପାରେ । ଏମିତି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ରବିବାର ରାଜ୍ୟର ୨୩ଟି ସ୍ଥାନରେ ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ୍ ଉପରେ ରହିଥିଲା । ଏଥିରୁ ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୦.୮ ଡିଗ୍ରୀ ଛୁଇଁଥିଲା । ଭବାନୀପାଟଣାରେ ୩୯.୮, ଝାରସୁଗୁଡ଼ା ଓ ସୋନପୁରର ତାପମାତ୍ରା ୩୯.୪ ଡିଗ୍ରୀ ରହିଥିଲା । ସେହିପରି ବଲାଙ୍ଗିରରେ ୩୮.୮, ସମ୍ବଲପୁରରେ ୩୮.୭, ହୀରାକୁଦ ଓ ତାଳଚେରରେ ୩୮.୬ ଏବଂ ରାଉରକେଲାରେ ଦିନର ତାପମାତ୍ରା ୩୮.୨ ଡିଗ୍ରୀ ରହିଥିଲା।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ମାଲକାନାଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ମାଲକାନାଗିରିସ କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାରେ ଘଡ଼ଘଡ଼ି, ବଜ୍ରପାତ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ଆଶଙ୍କା ରହିଛି ।

ମଙ୍ଗଳବାର ଦକ୍ଷିଣ ଓଡ଼ିଶାର କିଛି ସ୍ଥାନ ଓ ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାରେ ଘଡ଼ଘଡ଼ି ଓ ବଜ୍ରପାତ ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା କରି ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ରହିବା ସହ ଆକାଶ ମେଘୁଆ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

 

 

 

ସୌଜନ୍ୟ Prameya News7

Show More

Leave a Reply

Your email address will not be published. Required fields are marked *

Back to top button