ରାଜ୍ୟ
Elephant Attack: ଯୁଯୁମୁରାରେ ହାତୀ ଆକ୍ରମଣରେ ଯୁବକ ମୃତ, ଶୌଚ ପାଇଁ ଯାଉଥିବା ବେଳେ ଅଘଟଣ
ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ଅନ୍ତର୍ଗତ କଂସର ପଞ୍ଚାୟତର ବୁଡ଼ିଆକଟା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଖଗେଶ୍ୱର ରଣଜିତ।

ଯୁଯୁମୁରା: ସମ୍ବଲପୁରଜିଲ୍ଲା ଯୁଯୁମୁରା ବ୍ଲକ ଅନ୍ତର୍ଗତ କଂସର ପଞ୍ଚାୟତର ବୁଡ଼ିଆକଟା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗ୍ରାମର ଖଗେଶ୍ୱର ରଣଜିତ।
ହାତୀ ହାବୁଡ଼ରେ ପଡ଼ିଯାଇଥିଲେ
ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଖଗେଶ୍ୱର ଶୌଚ ପାଇଁ ନାଳକୁ ଯାଉଥିବା ବେଳେ ହଠାତ୍ ଏକ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ଏହି ସମୟରେ ହାତୀଟି ତାଙ୍କୁ ଆକ୍ରମଣ କରି ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଖଗେଶ୍ୱରଙ୍କ ମୃତ୍ୟୁ ଘଟିଥିଲା। ଘଟଣା ସମ୍ପର୍କରେ ଖବର ପାଇ ଯୁଯୁମୁରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏହି ଘଟଣା ପରେ ବୁଡ଼ିଆକଟା ଗ୍ରାମରେ ଶୋକର ଛାୟା ଖେଳିଯାଇଛି।
ସୌଜନ୍ୟ ସମ୍ବାଦ




