ରାଜ୍ୟ

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀଙ୍କୁ ନବୀନଙ୍କ ଶୁଭେଚ୍ଛା, କହିଲେ ଏହା ଯୁବ ଓ ଛାତ୍ରଶକ୍ତିଙ୍କ ଏକତାର ବିଜୟ

ଭୁବନେଶ୍ଵର, ୧୬/୧୦ : ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ପ୍ରାର୍ଥୀ ଓ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ସେ ଲେଖିଛନ୍ତି ଯେ, ଏ ବିଜୟ ଓଡ଼ିଶାର #GenZ, ଯୁବ ଓ ଛାତ୍ରଶକ୍ତିଙ୍କ ନିଷ୍ଠା ଏବଂ ଏକତାକୁ ପ୍ରତିଫଳିତ କରୁଛି । ଛାତ୍ର ସଂସଦ ନିର୍ବାଚନକୁ ଜିତିବା ପାଇଁ ବିଜେପି ସରକାରର ଚକ୍ରାନ୍ତ ବିରୋଧରେ ଦୃଢ଼ତାର ସହ ଲଢ଼ିଥିବା ବିସିଜେଡି ତଥା ବିଜେଡିର ସମସ୍ତ ନେତାମାନଙ୍କୁ ସାଧୁବାଦ ଜଣାଉଛି । କଲେଜର ଶୈକ୍ଷିକ ବାତାବରଣକୁ ବଜାୟ ରଖି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ ପାଇଁ ସମସ୍ତେ ଏକ ହୋଇ ଆଗେଇ ଆସନ୍ତୁ ।

 

 

 

 

 

ସୌଜନ୍ୟ ପ୍ରମେୟ

Show More

Leave a Reply

Your email address will not be published. Required fields are marked *

Back to top button