Breaking News

ଜନଶୁଣାଣି ଅଭିଯୋଗର ସମାଧାନ ନହେଲେ କାର୍ୟ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଚିଠି

ଜନଶୁଣାଣି ଅଭିଯୋଗର ସମାଧାନ ନହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଚିଠି ଜାରି ହୋଇଛି। ଲୋକଙ୍କ ସମସ୍ୟାର ତ୍ବରିତ ସମାଧାନ ପାଇଁ ଚିଠିରେ ତାଗିଦ୍ କରାଯାଇଛି...

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ଏବେ ଆକ୍ସନ୍ ମୋଡରେ ଆସିଛି। ଜନଶୁଣାଣିରେ ଲୋକମାନଙ୍କ ପକ୍ଷରୁ ଅଣାଯାଉଥିବା ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।  ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଚିଠି ଜାରି ହୋଇଛି ।

ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ଏସପି, ପୁଲିସ ଡିଜି, ପୁଲିସ କମିସନର ସମସ୍ତଙ୍କୁ ସିଏମଓ ପକ୍ଷରୁ ଚିଠି ଜାରି କରାଯାଇଛି।

କିଛି ଲୋକମାନେ ସେମାନଙ୍କ ସମସ୍ୟାର ସମାଧାନ ହେଉ ନଥିବାରୁ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସେମାନଙ୍କ ସମସ୍ୟାର ସମାଧାନ ଯେପରି ଥରକରେ ହୋଇପାରିବ, ତାହା ଉପରେ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଏବଂ ସେହିଠାରେ ହିଁ ବିଭିନ୍ନ ସମସ୍ୟାର ସମାଧାନ କରୁଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇତିମଧ୍ୟରେ  ୯ଥର ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ବୁଝିଛନ୍ତି ।

 

 

 

 

ସୌଜନ୍ୟ-ସମ୍ୱାଦ

Comments are closed.