ଓଡିଶାମହାନଗର

ଜାଗର ପୂର୍ବରୁ ଲିଙ୍ଗରାଜ ମନ୍ଦିରରେ କଟକଣା, କଠୋର ହେଲା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ

ଏଣିକି ମନ୍ଦିର ପରିସରକୁ ପ୍ଲାଷ୍ଟିକ୍‌ । ପତ୍ର, କାଠ, କାଗଜ ସାମଗ୍ରୀ ବ୍ୟବହାର କରିବାକୁ ନିର୍ଦ୍ଦେଶ ।

ଭୁବନେଶ୍ୱର ୧୪/୦୨: ରାତି ପାହିଲେ ଜାଗର । ଲିଙ୍ଗରାଜ ମନ୍ଦିରରେ ଲାଗିବ ଭଙ୍କଙ୍କ ଗହଳି । ତେବେ ମନ୍ଦିରକୁ ଆସିବା ପୂର୍ବରୁ ଜାରି ହୋଇଛି ନୂଆ କଟକଣା । ମନ୍ଦିରକୁ ପ୍ଲାଷ୍ଟିକ୍ ମନା ହୋଇଛି । କେବଳ ପତ୍ର, କାଠ, କାଗଜ ସାମଗ୍ରୀ ବ୍ୟବହାର କରିବାକୁ ନିର୍ଦ୍ଦେଶ ହୋଇଛି । ନୈବେଦ୍ୟ ବିସର୍ଜନ ପାଇଁ ପୋଖରୀରେ ରହିବ ଆବଦ୍ଧ ଅଞ୍ଚଳ ।

ନିର୍ଦ୍ଦେଶାବଳୀ ଜାରି କରିଛି ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ଏଣିକି ମନ୍ଦିର ପରିସରକୁ ପଲିଥିନ୍ କିମ୍ବା ପ୍ଲାଷ୍ଟିକ୍‌ରେ ଭୋଗ ନେଇହେବ ନାହିଁ । ପୂଜା ସାମଗ୍ରୀ, ପ୍ରସାଦ ସେବନ କରିବା ତଥା ଖାଦ୍ୟ ସାମଗ୍ରୀ ନେବାକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ୍ ବ୍ୟବହାର ନ କରିବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ପରିବେଶ ସୁରକ୍ଷା ନିମନ୍ତେ ପ୍ଲାଷ୍ଟିକ୍ ବର୍ଜ୍ୟବସ୍ତୁ ପରିଚାଳନା ନିୟମ, ୨୦୧୬ ଏବଂ ପରବର୍ତ୍ତୀ ସଂଶୋଧିତ ନିୟମ ଆଧାରରେ ଏକକ ବ୍ୟବହୃତ ପ୍ଲାଷ୍ଟିକ୍ ବ୍ୟବହାରକୁ ନିଷେଧ ହୋଇଛି ।

ପ୍ଲାଷ୍ଟିକ୍, ପଲିଥିନ୍ ପରି ଅଳିଆ ଆବର୍ଜନା ଯୋଗୁଁ ହେଉଥିବା ପ୍ରଦୂଷଣ ହ୍ରାସ ଏବଂ ଜନସାଧାରଣଙ୍କ ମଧ୍ୟରେ ପରିବେଶ ଅନୁକୂଳ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏଭଳି ପଦକ୍ଷେପ ନିଆଯାଇଥିବା ଏସ୍ପିସିବି କହିଛି। ଏଥିସହ ଭକ୍ତ, ପୂଜା ସାମଗ୍ରୀ ବିକ୍ରୟ ବ୍ୟବସାୟୀ, ମନ୍ଦିର ପରିଚାଳନା କମିଟି ପାଇଁ ମଧ୍ୟ ନିର୍ଦ୍ଦେଶାବଳୀ ଜାରି ହୋଇଛି ।

ସୌଜନ୍ୟ Prameya News7

Show More

Leave a Reply

Your email address will not be published. Required fields are marked *

Back to top button