Breaking News

ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଧାନୀରେ ସମ୍ବିଧାନ ପ୍ରଣେତା ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଡକ୍ଟର ବି ଆର୍ ଆମ୍ବେଦକରଙ୍କ ୬୮ତମ ଶ୍ରାଦ୍ଧ ଦିବସ ଅବସରରେ ସେ ଆଜି ସକାଳେ ରାଜଧାନୀର ଏଜି ଛକରେ ଥିବା ବି ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି।

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଧାନୀରେ ସମ୍ବିଧାନ ପ୍ରଣେତା ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଡକ୍ଟର ବି ଆର୍ ଆମ୍ବେଦକରଙ୍କ ୬୮ତମ ଶ୍ରାଦ୍ଧ ଦିବସ ଅବସରରେ ସେ ଆଜି ସକାଳେ ରାଜଧାନୀର ଏଜି ଛକରେ ଥିବା ବି ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।

ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଡିସେମ୍ବର ୬ ତାରିଖ (ଶୁକ୍ରବାର) ସକାଳ ୯ଟାରେ ରାଜଭବନରୁ ବାହାରି ଡକ୍ଟର ବି.ଆର୍.ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ଅବସରରେ ଭୁବନେଶ୍ୱର ଏ.ଜି.ଛକ ଠାରେ ବାବା ସାହେବଙ୍କ ପ୍ରତିମୁର୍ତ୍ତୀରେ ମାଲ୍ୟାର୍ପଣ କରିଥିଲେ।

ଏହାପରେ ସେ ବିଜୁପଟ୍ଟନାୟକ ବିମାନବନ୍ଦରରୁ ବାୟୁସେନାର ବିମାନ ଯୋଗେ ପଶ୍ଚିମବଙ୍ଗସ୍ଥିତ କଲେଇକୁଣ୍ଡା ଏୟାରବେସରେ ଅବତରଣ କରିବେ। ଏହା ପରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡସ୍ଥିତ ରଙ୍ଗାମାଟିଆ ଅସ୍ଥାୟୀ ହେଲିପ୍ୟାଡରେ ପୁର୍ବାହ୍ନ ୧୧ଟା ୦୫ମିନିଟରେ ଅବତରଣ କରିବେ। ସେଠାରୁ ସଡ଼କପଥରେ ନିଜ ଜନ୍ମଗାଁ ଉପରବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ସହ ଭାବବିନିମୟ କରିବେ। ମଧ୍ୟାହ୍ଣ ୧୨.୦୫ରେ ସେଠାରୁ ବାହାରି ଉପରବେଡାସ୍ଥିତ ପୈତୃକ ଘରେ ପହଞ୍ଚି ଆତ୍ମୀୟସ୍ବଜନ ଓ ଗ୍ରାମବାସୀଙ୍କ ସହ ରାଷ୍ଟ୍ରପତି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ମଧ୍ୟାହ୍ନ ୧୨.୩୦ମିନିଟରେ ଉପରବେଡାରୁ ବାହାରି ସଡକପଥରେ ରାଇରଙ୍ଗପୁରସ୍ଥିତ ଗେଷ୍ଟ ହାଉସ ଠାରେ ପହଞ୍ଚି ମଧ୍ୟାହ୍ନ ଭୋଜନ କରିବେ। ଅପରାହ୍ନ ୩ଟା ସମୟରେ ସେଠାରୁ ବାହାରି ରାଇରଙ୍ଗପୁରସ୍ଥିତ ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ପହଞ୍ଚି ନିଜ ସ୍ବାମୀ ଓ ୨ପୁତ୍ରଙ୍କ ସ୍ମୃତିରେ ସ୍ଥାପନ କରିଥିବା ଏସ.ଏଲ୍.ଏସ୍. ଟ୍ରଷ୍ଟ ପକ୍ଷରୁ ଏକ ଆମ୍ବୁଲାନ୍ସ ଡାକ୍ତରଖାନାକୁ ହସ୍ତାନ୍ତର କରିବା ସହ ଯାନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ।

ଏହାପରେ ଅପରାହ୍ନ ୪ଟା ସମୟରେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟ ଠାରେ ପହଞ୍ଚି ବିଦ୍ୟାର୍ଥୀ ଓ ଶିକ୍ଷକଙ୍କ ସହ ଭାବବିନିମୟ କରିବେ। ସେଠାରୁ ବାହାରି ଅପରାହ୍ନ ୪ଟା ୫୦ମିନିଟ ସମୟରେ ରାଇରଙ୍ଗପୁରସ୍ଥିତ ପୁଣ୍ୟେଶ୍ବର ଶିବମନ୍ଦିର ଠାରେ ନୂତନ ଭାବେ ସ୍ଥାପିତ ଗଣେଶ ମୂର୍ତ୍ତିକୁ ଉନ୍ମୋଚନ କରିବେ ଏବଂ ଆଳତୀ କରିବେ ପରେ ନିଜ ବାସଭବନକୁ ଆସି ରାତ୍ରୀଯାପନ କରିବେ।

ତେଣେ ଗସ୍ତର ଅନ୍ତିମ ଦିନ ଡିସେମ୍ବର ୭ ତାରିଖ (ଶନିବାର) ପୂର୍ବାହ୍ନ ୧୦ଟାରେ ରାଇରଙ୍ଗପୁରସ୍ଥିତ ନିଜ ବାସଭବନରୁ ବାହାରି ଦଣ୍ଡବୋଷ ହେଲିପ୍ୟାଡରୁ ହେଲିକ୍ୟାପ୍ଟର ଯୋଗେ ଆସି ୧୦ଟା ୪୫ମିନିଟ ସମୟରେ ବାଙ୍ଗରିପୋଷିସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବେ। ହେଲିପ୍ୟାଡରୁ ପୁର୍ବାହ୍ନ ୧୧ଟା ସମୟରେ ବାହାରି ବାଙ୍ଗରିପୋଷୀ ରେଳଷ୍ଟେସନସ୍ଥିତ ସଭାସ୍ଥଳରେ ପହଞ୍ଚିବେ। ବାଙ୍ଗରିପୋଷୀ ସଭାସ୍ଥଳରେ ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଢାମରା- ଚାକୁଳିଆ, ବାଦାମପାହାଡ-କେନ୍ଦୁଝର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଭର୍ଚ୍ଚୁଆଲ ମୋଡରେ ରାଇରଙ୍ଗପୁର ଠାରେ ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ଓ ରାଇରଙ୍ଗପୁର ଉପଖଣ୍ଡସ୍ତରୀୟ ଡାକ୍ତରଖାନାରେ ଏକ ନୂତନକୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ରଖିବେ। ମଧ୍ୟାହ୍ନ ୧୨ଟା ୧୫ମିନିଟରେ ବାଙ୍ଗରିପୋଷି ସଭାସ୍ଥଳରୁ ବାହାରି ବାୟୁସେନାର ହେଲିକ୍ୟାପ୍ଟର ଯୋଗେ ପଶ୍ଚିମବଙ୍ଗସ୍ଥିତ କଲେଇକୁଣ୍ଡା ଏୟାରବେସରେ ପହଞ୍ଚି ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀକୁ ଯାତ୍ରା କରିବେ।

ସୌଜନ୍ୟ-ସମ୍ୱାଦ

Comments are closed.