
ଭୁବନେଶ୍ବର: ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ଘଟଣାରେ ବଡ଼ ଆକ୍ସନ। ଚନ୍ଦ୍ରିକାଙ୍କ ବୟଫ୍ରେଣ୍ଡ୍ ତଥା OTAS ଭୀମସେନ ଟୁଡୁଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଖାଲି ସେତିକି ନୁହେଁ ଭବିଷ୍ୟତରେ ମଧ୍ୟ ଚାକିରି ପାଇଁ ଯୋଗ୍ୟ ହେବେନି ଭୀମସେନ। ଏମିତିକି ସରକାରୀ ଚାକିରି ପାଇଁ ମଧ୍ୟ ଯୋଗ୍ୟ ବିବେଚିତ ହେବେନି।
ଏହା ପୂର୍ବରୁ ଜୁନ ୨୨ ତାରିଖରେ ପୋଲିସକୁ ଭୀମସେନ ଟୁଡୁଙ୍କ ୨ ଦିନିଆ ଜାମିନ ଅନୁମତି ମିଳିଥିଲା। ଆଉ ଏହି ୨ ଦିନରେ ପୋଲିସ ତାଙ୍କୁ ଅନେକ ପ୍ରଶ୍ନ ପଚରାଯାଇଥିଲା। ଆଉ ତଦନ୍ତ କ୍ରମେ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ବର୍ତ୍ତମାନ ସେ ବିଚାର ବିଭାଗୀୟ ହାଜତରେ ଅଛନ୍ତି।
ସୂଚନାଥାଉକି, ଚଳିତ ମାସ ୪ ତାରିଖରେ କାଠଯୋଡ଼ି ନଦୀରୁ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତଦେହ ମିଳିଥିଲା। ହେଲେ ପ୍ରେମ ବ୍ୟାପାରକୁ ନେଇ ପୁରୁଷବନ୍ଧୁ ଭୀମସେନ ଜଣେ ଯୁବତୀଙ୍କ ସହ ମିଶି ଚନ୍ଦ୍ରିକାଙ୍କୁ ହତ୍ୟା କରିଥିବା ଚନ୍ଦ୍ରିକାଙ୍କ ପରିବାର ଲୋକ ଅଭିଯୋଗ କରିଥିଲେ । ମାମଲାର ତଦନ୍ତ ବେଳେ ପୋଲିସ, ଚନ୍ଦ୍ରିକାଙ୍କ ପୁରୁଷବନ୍ଧୁ ଓ ଚନ୍ଦ୍ରିକାଙ୍କ ମା’ଙ୍କ ମଧ୍ୟରେ କଥାବାର୍ତ୍ତାର ଫୋନ କଲ ଅଡିଓ ପାଇଥିଲା
ପରିବାର ଲୋକେ ଅଭିଯୋଗ କରିଥିଲେ, ଚନ୍ଦ୍ରିକାଙ୍କ ସହ ଦୀର୍ଘ ଦିନର ପ୍ରେମ ସମ୍ପର୍କ ଭିତରେ ଦ୍ୱିତୀୟ ଯୁବତୀ ଆସିବା ପରେ ଓଏଏସ୍ ତାଲିମ ନେଉଥିବା ପୁରୁଷବନ୍ଧୁ ଭୀମସେନ ମାନସିକ ନିର୍ଯାତନା ଦେଇ ଚନ୍ଦ୍ରିକାଙ୍କୁ ଚାପରେ ରଖିବା ଆରମ୍ଭ କରିଥିଲେ । ଚନ୍ଦ୍ରିକା ଗୋରା ନଥିବାରୁ ତାଙ୍କୁ ବାହା ହେବାକୁ ରାଜି ହେଉ ନଥିଲେ ପୁରୁଷବନ୍ଧୁ । ଗୋରା ହେବାକୁ କସମେଟିକ ଟ୍ରିଟମେଣ୍ଟ ନେବା ପାଇଁ ଚନ୍ଦ୍ରିକା ସପ୍ତାହରେ ଥରେ ଭୁବନେଶ୍ବର ଆସି ଇଞ୍ଜେକଶନ ନେଉଥିଲେ । ଗୋରା ହେବା ପରେ ତାଙ୍କ ପୁରୁଷବନ୍ଧୁ ବିବାହ ପାଇଁ ରାଜି ହୋଇଯିବେ ବୋଲି ସେ ଭାବୁଥିବା ଚନ୍ଦ୍ରିକାଙ୍କ ମା’ ହିରାମଣି ପୋଲିସକୁ କହିଥିଲେ ।
ତେବେ ପୋଲିସ ମାମଲାକୁ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଥିଲା। ଚନ୍ଦ୍ରିକାଙ୍କ ବୟଫ୍ରେଣ୍ଡଙ୍କୁ ଧରିବା ପାଇଁ ଏକାଧିକ ଟିମ୍ ମଧ୍ୟ ଗଠନ ହୋଇଥିଲା ଏବଂ ଶେଷରେ ଜୁନ ୧୨ ତାରିଖରେ ଭୀମସେନଙ୍କୁ ମୟୂରଭଞ୍ଜରୁ ଗିରଫ କରିଥିଲା ପୋଲିସ।
ସୌଜନ୍ୟ Prameya News7




