ବ୍ରହ୍ମପୁର: ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ମନ୍ଦିରରୁ ବିପୁଳ ପରିମାଣର ଲୁଟ୍ ହୋଇଥିବାର ଅଭିଯୋଗ ହୋଇଛି। ମନ୍ଦିରରେ ପଶି ମାଆଙ୍କ ସୁନା, ରୁପା ଅଳଙ୍କାର ସମେତ ଟଙ୍କା ଲୁଟି ନେଇଛନ୍ତି। ଦାନ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ମା’ଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଲୁଟେରା। ସେମାନେ ପ୍ରାୟ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରି ଫେରାର ହୋଇ ଯାଇଛନ୍ତି।

ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡ଼ୁଛି, ଗତକାଲି ମଧ୍ୟ ରାତ୍ରରେ ଦୁର୍ବୃତ୍ତମାନେ ମନ୍ଦିରର ଗ୍ରିଲ ଭାଙ୍ଗି ଭିତରେ ପଶିଥିଲେ। ଏହାପରେ ସେମାନେ ମା’ଙ୍କ ରୂପା ମୁକୁଟ, ଛତ୍ରି, ସହ ବାହାର ହୁଣ୍ଡିରୁ ଲୁଟ କରିଥିଲେ। ସେମାନେ ପ୍ରାୟ ଲକ୍ଷାଧିକ ଟଙ୍କାର ଅଳଙ୍କାର ସହ ଟଙ୍କା ନେଇ ଯାଇଥିବା ଜଣାଯାଇଛି।

ଖବର ପାଇ ଆଜି ସକାଳୁ ପୁରୁଷୋତ୍ତମପୁର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମା’ଙ୍କ ମନ୍ଦିରରେ କିପରି ଲୁଟେରାମାନେ କଳାକନା ବୁଲାଇଦେଲେ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି।