ରାଜ୍ୟ

High Court Orders: ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ପାରାଦୀପ ବନ୍ଦରରେ ଜାହାଜକୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି ପାରାଦୀପ ବନ୍ଦରରେ ଏମଟି ୟୁନିଟି (ଆଇଏମଓ ୯୩୮୮୭୯୨) ଜାହାଜକୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନକାରୀ ସଂସ୍ଥାର ଅନ୍ତରୀଣ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟ ପକ୍ଷରେ ଏ ସଂକ୍ରାନ୍ତୀୟ ମୂଳ ସାମୁଦ୍ରିକ ବିବାଦ ମାମଲାରେ ପ୍ରତିପକ୍ଷ ଏମଟି ୟୁନିଟି (ଆଇଏମଓ ୯୩୮୮୭୯୨) ସମେତ ଅନ୍ୟ ପ୍ରତିପକ୍ଷଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ସେପ୍ଟେମ୍ବର ୧୦କୁ ମାମଲାର ପରବର୍ତ୍ତୀ ଶୁଣାଣି ଧାର୍ଯ୍ୟ କରାଯାଇଛି।

ଗିରଫ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ପ୍ରତିପକ୍ଷ ଜାହାଜଟି ଖୁବ ଶୀଘ୍ର ପାରାଦୀପ ବନ୍ଦର ଛାଡ଼ି ଚାଲିଯାଇ ପାରେ ବୋଲି ଆବେଦନକାରୀ ଦର୍ଶାଇଥିଲେ। ଯଦି ପାରାଦୀପ ବନ୍ଦରରୁ ଜାହାଜ ଅନ୍ୟତ୍ର ଚାଲିଯାଏ ତେବେ ଏହି ମାମଲା ଅପ୍ରାସଂଗିକ ହୋଇଯିବ ବୋଲି ଶୁଣାଣି ବେଳେ ସ୍ପଷ୍ଟ ‌ହୋଇଥିଲା। ଏହାପରେ ହାଇକୋର୍ଟ ଜାହାଜକୁ ପାରଦୀପ ବନ୍ଦରରେ ଗିରଫ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

State Bar Council: ବରଗଡ଼ ଜିଲ୍ଲା ବାର ଆସୋସିଏସନ ସଭାପତିଙ୍କୁ ଆକ୍ରମଣ ଘଟଣା, ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷଙ୍କ ନିନ୍ଦା

ମାମଲାର ବିବରଣୀରୁ ପ୍ରକାଶ ଯେ୧୧୦,୧୬୮.୫୦ ଆମେରିକୀୟ ଡଲାର ଦାବି କରି ଜାହାଜ ଓ ଏହାର ମାଲିକଙ୍କ ବିରୋଧରେ ଆବେଦନକାରୀ ସଂସ୍ଥା ଏହି ମାମଲା ଦାୟର କରିଛି। ମୂଳ ସାମୁଦ୍ରିକ ବିବାଦ ମାମଲା ବିଚାରାଧୀନ ଥିବା ବେଳେ ଜାହାଜକୁ ଆରେଷ୍ଟ କରାଯାଉ ବୋଲି ଦର୍ଶାଇ ଆବେଦନକାରୀ ଅନ୍ତରୀଣ ଆବେଦନ ଦାୟର କରିଥିଲେ। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ କାଜଲ ସାହୁ ମାମଲା ପରିଚାଳନା କରୁଛନ୍ତି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button