ଜିଲ୍ଲା

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର ବ୍ଲକ ମାଣ୍ଡିବିଶି ପଞ୍ଚାୟତ ରାସ୍ତୁଗୁଡ଼ା ଗ୍ରାମର ଜଗନ୍ନାଥ ମାଝୀ । ସେ କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ସରକାରୀ ଏସଏସଡି (SSD) ଆବାସିକ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ଅଧ୍ୟୟନ କରୁଥିଲେ।
​ମିଳିଥିବା ସୂଚନା ଅନୁଯାୟୀ, ଗତ ଶନିବାରଠାରୁ ଜଗନ୍ନାଥ ହଠାତ୍ ବିଦ୍ୟାଳୟରୁ ନିଖୋଜ ହୋଇଯାଇଥିଲେ। ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କର କୌଣସି ସନ୍ଧାନ ନମିଳିବାରୁ ସ୍କୁଲ କର୍ତ୍ତୃପକ୍ଷ ଓ ପରିବାର ଲୋକଙ୍କ ପକ୍ଷରୁ ସ୍ଥାନୀୟ ଥାନାରେ ଏତଲା ଦିଆଯାଇଥିଲା।
​ନିଖୋଜ ହେବାର ୩ ଦିନ ପରେ, ଅର୍ଥାତ୍ ସୋମବାର ଦିନ ଶିଖରପାଇ-କୁରାଡ଼ି ନିକଟସ୍ଥ ନାଗାବଳୀ ନଦୀରେ ଏକ ଶବ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପ୍ରଶାସନକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନଦୀରୁ ମୃତଦେହ ଉଦ୍ଧାର କରିଥିଲା। ପରେ ମୃତଦେହଟି ନିଖୋଜ ଛାତ୍ର ଜଗନ୍ନାଥଙ୍କର ବୋଲି ସ୍ପଷ୍ଟ ହୋଇଛି।
​ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଛାତ୍ରଜଣକ କିପରି ନଦୀକୁ ଗଲେ ଏବଂ ତାଙ୍କ ମୃତ୍ୟୁ ପଛରେ କ’ଣ କାରଣ ରହିଛି, ସେ ନେଇ ପୋଲିସ ତଦନ୍ତ ଜାରି ରଖିଛି।

 

 

 

 

 

ସୌଜନ୍ୟ ଧରିତ୍ରୀ

Show More

Leave a Reply

Your email address will not be published. Required fields are marked *

Back to top button