Breaking News

ନିଶା ବଟିକା ଖୁଆଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ରଙ୍ଗିଲା ବାବା ଗିରଫ

ସମ୍ୱଲପୁର, ୦୭/୧୨: ଧରାପଡିଲା ରଙ୍ଗିଲା ବାବା । ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅଞ୍ଚଳର ଜଣେ ଯୁବତୀକୁ ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଆଶ୍ରମରେ ନିଶା ବଟିକା ଦେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଆଶ୍ରମରେ ଯୁବତୀଙ୍କୁ ନିଶା ବଟିକା ଖୁଆଇ ଦୁଷ୍କର୍ମ ଅଭିଯୋଗରେ ବାବା ଗିରଫ ହୋଇଛି ।

ସୂଚନା ମୁତାବକ, ଯୁବତୀଙ୍କ ଦେହ ବାରମ୍ବାର ଖରାପ ହେବା ସହ ଏସିଡିଟି ହେଉଥିଲା । ଉକ୍ତ ରୋଗର ଚିକିତ୍ସା ପାଇଁ ଯୁବତୀ ଜଣକ ଗତ କିଛି ମାସ ହେବ ରେଢ଼ାଖୋଲ ଥାନା ଲୁହାପଙ୍କ ପଞ୍ଚାୟତ ଅନ୍ତର୍ଗତ ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲାଙ୍କ ଆଶ୍ରମକୁ ଯାଇଥିଲେ । ସେଠାରେ ବାବାଙ୍କ ସହ କଥାବାର୍ତ୍ତା ହେବା ପରେ ବାବା ଯୁବତୀଙ୍କୁ କିଛି ଔଷଧ ଖାଇବାକୁ ଦେଇଥିଲେ । ଏକ ମାସ ପରେ ପୁଣିଥରେ ଆସି ଔଷଧ ନେବାକୁ କହିଥିଲେ । ହେଲେ ଯୁବତୀଙ୍କ ଘର ଦୂରରେ ଥିବାରୁ ସେ ଆସିନଥିଲେ । ଅନ୍ୟ ଦିନ ଯୁବତୀ ଜଣକ ଯାଇ ବାବାଙ୍କ ଆଶ୍ରମରେ‌ ପହଞ୍ଚିଥିଲେ । ସେଠାରେ ବାବା ତାଙ୍କୁ ୪ ଟି ବଟିକା ଖାଇବାକୁ ଦେଇଥିଲେ । ବଟିକା ଖାଇବାପରେ ଯୁବତୀ ଜଣଙ୍କ ଅଚେତ ହୋଇଯାଇଥିଲେ । ଅଚେତ ଅବସ୍ଥାରେ ଯୁବତୀକୁ ବାବା ଦୁଷ୍କର୍ମ କରିଥିଲେ । ପରେ ଯୁବତୀଙ୍କ ଚେତା ଫେରିବାରୁ ତାଙ୍କୁ ଏକ ଅଟୋରେ ବସାଇ ଦେଇଥିଲେ । ହେଲେ ପରବର୍ତ୍ତୀ ସମୟରେ ଜଣେ ମେଡିକାଲ କର୍ମଚାରୀ ଯୁବତୀଙ୍କୁ ମୂର୍ମୁଷ ଅବସ୍ଥାରେ ମେଡିକାଲ ଛକରୁ ଉଦ୍ଧାର କରି ଚିକିତ୍ସା କରିଥିଲେ । ଚିକିତ୍ସା ପରେ ଯୁବତୀ ଜଣକ ଏ ସମ୍ପର୍କରେ ତାଙ୍କ ପରିବାରକୁ ଜଣାଇଥିଲେ । ପରିବାର ଲୋକେ ତୁରନ୍ତ ରେଢାଖୋଲ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ପୋଲିସ ଶୁକ୍ରବାର ବାବା ପ୍ରଫୁଲ୍ଲ ମହଲାକୁ ଆଶ୍ରମରୁ ଗିରଫ କରି ତଦନ୍ତ କରୁଥିବା ସୂଚନା ମିଳିଛି ।

ସୌଜନ୍ୟ-ପ୍ରମେୟ

Comments are closed.