Breaking News

ପୁରୀରେ ନଡ୍ଡାଙ୍କ ପାଠଶାଳା: ସାଂସଦ ଓ ବିଧାୟକଙ୍କୁ ଗୁରୁମନ୍ତ୍ର ଦେବେ ଜେ.ପି ନଡ୍ଡା

ଭୁବନେଶ୍ବର: ପୁରୀ ସ୍ଥିତ ସ୍ବାମୀ ନାରାୟଣ ମନ୍ଦିରରେ ଆଜିଠାରୁ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବାକୁ ଯାଉଛି । ଯେଉଁଠି ବିଜେପିର ସାଂସଦ ଓ ବିଧାୟକଙ୍କୁ ପ୍ରଶିକ୍ଷଣ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ସଙ୍ଗଠନ ଓ ସରକାରଙ୍କ ମଧ୍ୟରେ ଉତ୍ତମ ସମନ୍ଵୟ ପାଇଁ ଦେବେ ପ୍ରଶିକ୍ଷଣ ।

କେମିତି ତୃଣମୂଳ ସ୍ତରରେ ଲୋକଙ୍କ ସହ ମିଶିବେ, ଉତ୍ତମ ମନ୍ତବ୍ୟ ରଖିବେ… ନଡ୍ଡାଙ୍କ ଠାରୁ ତାଲିମ ନେବେ ନେତା । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନା, ଲୋକଙ୍କ ପାଖରେ ପହଞ୍ଚାଇବାକୁ ଦିଆଯିବ ତାଲିମ । ପ୍ରଶିକ୍ଷଣ ଶିବିର ଉଦଘାଟନ କରିବା ସହ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ଜେ ପି ନଡ୍ଡା ।

ରାଜ୍ୟରେ ବିଜେପି ସରକାର ଗଠନ ହେବାପରେ ଦ୍ଵିତୀୟ ଥର ପାଇଁ ଆୟୋଜନ ହେଉଛି ପ୍ରଶିକ୍ଷଣ ଶିବିର । ୨୦ ଜଣ ଲୋକସଭା ସାଂସଦ, ୩ ରାଜ୍ୟସଭା ସାଂସଦ, ୭୮ ଜଣ ବିଜେପି ବିଧାୟକଙ୍କ ସମେତ ୩ ଜଣ ସ୍ବାଧୀନ ବିଧାୟକ ଭାଗ ନେବେ । ଏଥିସହିତ ବିଜେପିର ରାଜ୍ୟ ସଭାପତି, ସାଧାରଣ ସମ୍ପାଦକ ଓ ଯୋଗଦେବେ ସମସ୍ତ ପଦାଧିକାରୀ ।

 

 

 

 

 

 

 

 

 

 

 

ସୌଜନ୍ୟ-ସମ୍ୱାଦ

Comments are closed.