ଓଡିଶା

ପୁରୀ ରଥଯାତ୍ରାକୁ ନେଇ ୨ୟ ସମୀକ୍ଷା ବୈଠକ, ଜନ ସାଧାରଣଙ୍କ ସୁରକ୍ଷା ଓ ନିରାପତ୍ତାକୁ ଗୁରୁତ୍ଵ

ଭୂବନେଶ୍ବର: ଚଳିତ ୨୦୨୬ ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ଅନୁଷ୍ଠିତ ହେବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ୨ୟ ସମୀକ୍ଷା ବୈଠକ ଆଜି ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେ ହୋଇଯାଇଛି । ବୈଠକରେ ଗତ ଜାନୁଆରୀ ୧୩ ତାରିଖରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ରଥଯାତ୍ରା ସମନ୍ବୟ କମିଟିର ପ୍ରଥମ ବୈଠକରେ ନିଆଯାଇଥିବା ନିଷ୍ପତ୍ତିର କାର୍ଯ୍ୟାନୁଷ୍ଠାନ ସଂପର୍କରେ ଶାସନ ସଚିବ ସମୀକ୍ଷା କରିଥିଲେ।

ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ରାଜସ୍ବ ବିଭାଗ ଅତିରିକ୍ତ ଶାସନ ସଚିବ ତଥା ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଡଃ. ଅରବିନ୍ଦ କୁମାର ପାଢ଼ୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଭଷା ପାଢୀ, ପୋଲିସ ଡିଜିପି ଓ୍ବାଇ.ବି. ଖୁରାନିଆ, ଅଗ୍ନିଶମ ସେବା ଡିଜି ଡଃ. ସୁଧାଂଶୁ ଷଡଙ୍ଗୀ, ପୂର୍ବ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ଆଇନ୍ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ପବିତ୍ରମୋହନ ସାମଲଙ୍କ ସମେତ ସମ୍ପୃକ୍ତ ଅନ୍ୟ ବିଭିନ୍ନ ବିଭାଗ ଓ ସଂସ୍ଥାର ବରିଷ୍ଠ ପଦାକାରୀ ଏବଂ କର୍ତ୍ତୃପକ୍ଷମାନେ ଯୋଗଦେଇ । ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ସୌଜନ୍ୟ Prameya News7

Show More

Leave a Reply

Your email address will not be published. Required fields are marked *

Back to top button