Breaking News

ପୁଲିସ ଏବଂ ମାଓବାଦୀ ମଧ୍ୟରେ ଗତକାଲି ଗୁଳିବିନିମୟ: ୧୦ ମାଓବାଦୀଙ୍କ ମୃତଦେହ ଉଦ୍ଧାର

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ପୁଲିସ ଏବଂ ମାଓବାଦୀ ମଧ୍ୟରେ ଗତକାଲି ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ୨ ଜଣ ନକ୍ସଲ ମୃତ୍ୟୁବରଣ କରିଥିଲେ। ଆଜି ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ କରୁଥିବା ବେଳେ ୧୦ ନକ୍ସଲଙ୍କ ମୃତଦେହ ଜବତ କରିଛି।

ମାଲକାନଗିରି/ନୂଆପଡ଼ା: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାରେ ପୁଲିସ ଏବଂ ମାଓବାଦୀ ମଧ୍ୟରେ ଗତକାଲି ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ୨ ଜଣ ନକ୍ସଲ ମୃତ୍ୟୁବରଣ କରିଥିଲେ। ଆଜି ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ କରୁଥିବା ବେଳେ ୧୦ ନକ୍ସଲଙ୍କ ମୃତଦେହ ଜବତ କରିଛି।

ଗତ ୧୯ ତାରିଖ ରାତିରୁ ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ମିଳିଥିଲା। ଏହା ପରେ ସମ୍ପୃକ୍ତ ଅଞ୍ଚଳରେ ଉଭୟ ଛତିଶଗଡ଼ ଓ ଓଡ଼ିଶା ପୁଲିସ ଏବଂ ସିଆରପିଏଫର ମିଳିତ ତଲାସୀ ଅଭିଯାନ ଆରମ୍ଭ ହୋଇଥିଲା। ଗତକାଲି ସକାଳୁ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା। ତେବେ ଏହି ଗୁଳି ବିନିମୟ ବେଳେ ଦୁଇ ଜଣ ମାଓବାଦୀ ନିହତ ହୋଇଥିଲେ। ଆଜି ସକାଳେ ପୁଣି ୮ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ସୂଚନାଯୋଗ୍ୟ ଯେ ଗତକାଲି ଓଡ଼ିଶା ଏସଓଜି ଯବାନ ମଧ୍ୟ ଏହି ଗୁଳିବିନିମୟରେ ସାମିଲ ଥିଲେ। ଘଟଣାସ୍ଥଳରୁ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫାରକ ଏବଂ ମାଓ ସାମଗ୍ରୀ ଜବତ କରିଛି। ଏବେ ବି ଘଟଣାସ୍ଥଳରେ ଯବାନ ସର୍ଚ୍ଚ ଅପେରେସନ ଚଳାଇଛନ୍ତି। ନୂଆପଡ଼ା ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜଙ୍ଗଲରେ ସୁରକ୍ଷା ବାହିନୀକୁ ପୁଣି ଏକ ସଫଳତା ମିଳିଛି। ମେନ୍‌ପୁର ଥାନା ଅଧୀନ କୁଲାରିଘାଟ ସଂରକ୍ଷିତ ଜଙ୍ଗଲରେ ସୁରକ୍ଷା ବାହିନୀର ଯବାନମାନେ ୧୦ ଜଣ ନକ୍ସଲଙ୍କୁ ନିପାତ କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର ୫ କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ମିଳିଥିଲା। ଏହା ପରେ ସମ୍ପୃକ୍ତ ଅଞ୍ଚଳରେ ଉଭୟ ଛତିଶଗଡ଼ ଓ ଓଡ଼ିଶା ପୁଲିସ ଏବଂ ସିଆରପିଏଫର ମିଳିତ ତଲାସୀ ଅଭିଯାନ ଆରମ୍ଭ ହୋଇଥିଲା। ଗତକାଲି ସକାଳୁ ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା। ତେବେ ଏହି ଗୁଳି ବିନିମୟ ବେଳେ ଦୁଇ ଜଣ ମାଓବାଦୀ ନିହତ ହୋଇଥିଲେ। ଆଜି ସକାଳେ ପୁଣି ୮ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି।

 

 

 

 

 

 

 

ସୌଜନ୍ୟ-ସମ୍ୱାଦ

Comments are closed.