ରାଜ୍ୟ

ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ: ସମଗ୍ର ଜିଲାରେ ଶୋକର ଛାୟା

ଭବାନୀପାଟଣା, ୧୯।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା  ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ ହୃଦ୍‌ଘାତରେ ପରଲୋକ ଘଟିଛି। ଗତ କିଛି ଦିନ ତଳେ ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହୋଇ ନିଜ ଗାଁ ବିଜେପୁର ଦନାରଗୁଡ଼ାକୁ ଫେରିଥିଲେ। ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ସମଗ୍ର ଜିଲାରେ ଶୋକର ଛାୟା ଖେଳିଯାଇଛି।

ଶିବାଜୀ ମାଝୀ ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପ୍ରଥମ ବିଧାୟକ ଭାବେ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ କଂଗ୍ରେସ ଦଳରୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡିରେ ଯୋଗଦେଇ କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ପ୍ରଥମ ଅଧ୍ୟକ୍ଷ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ।

ସେ ଜିଲାର ଲାଞ୍ଜିଗଡ଼, ଥୁଆମୂଳ ରାମପୁର ଭଳି ଆଦିବାସୀ ଅଞ୍ଚଳଗୁଡ଼ିକର ବିକାଶ ପାଇଁ ନିଷ୍ଠାର ସହ କାର୍ଯ୍ୟ କରୁଥିଲେ। ବିଭିନ୍ନ ପଦପଦବୀରେ ରହିଥିଲେ ମଧ୍ୟ ତାଙ୍କର ସରଳ ଜୀବନଯାପନ ଓ ଲୋକଙ୍କ ପ୍ରତି ଆତ୍ମୀୟତା ତାଙ୍କୁ ଏକ ସ୍ୱତନ୍ତ୍ର ପରିଚୟ ଦେଇଥିଲା। ତାଙ୍କ ବିୟୋଗରେ ଜୁନାଗଡ଼ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର ନିଜ ଫେସ୍‌ବୁକ୍ ଆକାଉଣ୍ଟରେ ପୋଷ୍ଟ କରି ଗଭୀର ଶୋକ ପ୍ରକାଶ କରିଛନ୍ତି।

 

 

 

 

 

 

ସୌଜନ୍ୟ ଧରିତ୍ରୀ

Show More

Leave a Reply

Your email address will not be published. Required fields are marked *

Back to top button