Breaking News

ଫୁଟବଲ ମ୍ୟାଚ୍ ବେଳେ ହିଂସାକାଣ୍ଡ । ୧୦୦ରୁ ଅଧିକ ମୃତ ଆଶଙ୍କା ।

ଆଫ୍ରିକୀୟ ଦେଶ ଗିନିଆରେ ଫୁଟବଲ ମ୍ୟାଚ ବେଳେ ହିଂସାକାଣ୍ଡ । ହିଂସାକାଣ୍ଡରେ ୧୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି । ରେଫରୀଙ୍କ ବିବାଦୀୟ ନିଷ୍ପତ୍ତି ଯୋଗୁଁ ଗ୍ୟାଲେରୀରେ ବସିଥିବା ଦର୍ଶକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିଲା ।

କନକ ବ୍ୟୁରୋ: ପଶ୍ଚିମ ଆଫ୍ରିକୀୟ ଦେଶ ଗିନିଆରେ ଫୁଟବଲ ମ୍ୟାଚ ବେଳେ ହିଂସାକାଣ୍ଡ । ହିଂସାକାଣ୍ଡରେ ୧୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଛି । ରବିବାର ଗିନିଆ ଜେରିକୋରେ ଏକ ଫୁଟବଲ ମ୍ୟାଚ ଚାଲିଥିଲା । ମ୍ୟାଚ୍ ବେଳେ ରେଫରୀଙ୍କ ବିବାଦୀୟ ନିଷ୍ପତ୍ତି ଯୋଗୁଁ ଗ୍ୟାଲେରୀରେ ବସିଥିବା ଦର୍ଶକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିଲା । ଏହାପରେ ଉତ୍ତ୍ୟକ୍ତ ଲୋକ ଅଚାନକ ମ୍ୟାଚ ଭିତରକୁ ପଶି ଆସିଥିଲେ । ଚାହୁଁଚାହୁଁ ନିମିଶକ ମଧ୍ୟରେ ସ୍ଥିତି ଅଣାୟତ୍ତ ହୋଇ ପଡ଼ିଥିଲା । ଆରମ୍ଭ ହୋଇ ଯାଇଥିଲା ହିଂସାତ୍ମକ ସଂଘର୍ଷ । ଏଥିରେ ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ମିଡିଆ ରିପୋର୍ଟ ପ୍ରକାଶ ପାଇଛି । ଏବେ ହସ୍ପିଟାଲରେ ଶହଶହ ମୃତଦେହ ପଡ଼ି ରହିଥିବା ନେଇ ସୂଚନା ମିଳିଛି । ଜେରିକୋର ହସ୍ପିଟାଲରେ ମୃତଦେହ ରଖିବାକୁ ଜାଗା ଅଭାବ ପଡ଼ିଥିବା ନେଇ ରିପୋର୍ଟ ଆସୁଛି ।

ସୌଜନ୍ୟ-କନକ

Comments are closed.