ଓଡିଶା

ବୋଲେରୋ-ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ସମ୍ବଲପୁର ୧୩।୦୧ : ବୋଲେରୋ-ବାଇକ୍‌ ମୁହାଁମୁହିଁ ଧକ୍କା । ଏହି ଭୟଙ୍କର ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସମ୍ବଲପୁର ଟିପୁପଡ଼ା ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ଖବର ଅନୁଯାୟୀ, ମଙ୍ଗଳବାର ସକାଳ ୯ଟା ସମୟରେ ଟିପୁପଡ଼ା ନିକଟରେ ଏକ ବୋଲେରୋ ଏବଂ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣେ ଗୁରୁତର ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତକୁ ଉଦ୍ଧାର କରି ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି । ତେବେ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ବାକି ଶାସନ ପୋଲିସ ଘଟଣାର ଛାନ୍‌ଭିନ୍ ଆରମ୍ଭ କରିଛି ।

ସୌଜନ୍ୟ Prameya News7

Leave a Reply

Your email address will not be published. Required fields are marked *

Back to top button