Breaking News

ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍‌ପାଟି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ସ୍ବାଗତ କରିଛନ୍ତି।

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ଛତିଶଗଡ଼ ରାୟପୁରର ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରୁ ସେ ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍‌ପାଟି , ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ସ୍ବାଗତ କରିଛନ୍ତି। ଏହାପରେ ରାଷ୍ଟ୍ରପତି କଣ୍ଟିଲୋ ନୀଳମାଧବ ମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି।

ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟସ୍ଥ ହେଲିପ୍ୟାଡ୍‌ରେ ଅବତରଣ କରିବେ। କଣ୍ଟିଲୋସ୍ଥିତ ଅତିଥି ଭବନରେ ସାମୟିକ ବିଶ୍ରାମ ନେବା ପରେ ଅପରାହ୍‌ଣ ୩ଟା ୫ ମିନିଟ୍‌ରେ ନୀଳମାଧବ ମନ୍ଦିର ଦର୍ଶନ କରିବେ। ଅପରାହ୍‌ଣ ୩ଟା ୩୫ ମିନିଟ୍‌ରେ ନୟାଗଡ଼ର କାଳିଆପଲ୍ଲୀଠାରେ ଭାରତୀୟ ବିଶ୍ବାବସୁ ସମାଜ ଫାଉଣ୍ଡେସନ୍‌ର ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବେ। ଏହାପରେ ଭୁବନେଶ୍ବର ଫେରି ରାଜଭବନରେ ରାତ୍ରିଯାପନ କରି‌ବେ। ୨୫ତାରିଖ ସକାଳେ ବାୟୁସେନା ବିମାନ ଯୋଗେ ନୂଆଦିଲ୍ଲୀ ଫେରିଯିବେ।

ସୌଜନ୍ୟ-ସମ୍ୱାଦ

Comments are closed.