Breaking News

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିୟୋ କ୍ଲିନିକ୍‌ ପ୍ରତିନିଧି

ଓଡ଼ିଶାରେ କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ଆଧୁନିକ ରୋଗ ନିରୂପଣ ଓ ଚିକିତ୍ସା ପଦ୍ଧତିର ବିକାଶ ସମ୍ପର୍କରେ ଆମେରିକାର ମିୟୋ କ୍ଲିନିକ୍‌ ଓ ଅନ୍ୟ ସ୍ବାସ୍ଥ୍ୟସେବା ଗବେଷଣାର ସଂସ୍ଥାର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି।

0

ଭୁବନେଶ୍ବର: ଓଡ଼ିଶାରେ କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ଆଧୁନିକ ରୋଗ ନିରୂପଣ ଓ ଚିକିତ୍ସା ପଦ୍ଧତିର ବିକାଶ ସମ୍ପର୍କରେ ଆମେରିକାର ମିୟୋ କ୍ଲିନିକ୍‌ ଓ ଅନ୍ୟ ସ୍ବାସ୍ଥ୍ୟସେବା ଗବେଷଣାର ସଂସ୍ଥାର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଆଲୋଚନାରୁ ମିଳିଥିବା ସୂଚନା ଅନୁସାରେ, କର୍କଟ ରୋଗର ଚିକିତ୍ସା ଅତ୍ୟଧିକ ବ୍ୟୟ ସାପେକ୍ଷ ଓ ଅନିଶ୍ଚିତ। ଡିଏନ୍‌ଏ ପରୀକ୍ଷା ଜରିଆରେ ତୁରନ୍ତ ରୋଗ ନିରୂପଣ ସହିତ କୌଣସି ଏକ ନିର୍ଦ୍ଦିଷ୍ଟ ଚିକିତ୍ସା ପ୍ରଣାଳୀ ଫଳପ୍ରଦ ହେଉଛି ବା ନାହିଁ ତାହା ମଧ୍ୟ ଜଣାପଡ଼ିବ। ତେଣୁ ଓଡିଶାରେ ଏହି ନୂତନ ପଦ୍ଧତିର ପ୍ରୟୋଗ ସପକ୍ଷରେ ପ୍ରତିନିଧିମାନେ ମତ ରଖିଥିଲେ। ଏହାଦ୍ୱାରା ଖୁବଶୀଘ୍ର ରୋଗ ନିରୂପଣ ସଂପର୍କିତ ସୂଚନା ମିଳିବା ସହିତ ଫଳପ୍ରଦ ଚିକିତ୍ସା ପ୍ରଦାନ କରାଯାଇ ପାରିବ। କର୍କଟ ରୋଗର ଚିକିତ୍ସାକୁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି ବୋଲି ମତ ଦେଇ ଏ ସମ୍ପର୍କରେ ବିଧିବଦ୍ଧ ପ୍ରସ୍ତାବ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସ୍ୱାସ୍ଥ୍ୟ ସଚିବ ଅଶ୍ୱତୀ ଏସ୍. ଉପସ୍ଥିତ ଥିଲେ। ମିୟୋ କ୍ଲିନିକ ପକ୍ଷରୁ ପ୍ରଫେସର ଦେବ ମୁଖାର୍ଜୀ, ଆମେରିକାସ୍ଥିତ ଏଲିଫାସ୍ ବାୟୋ ସାଇନ୍‌ସେସ୍ ପକ୍ଷରୁ ଚାର୍ଲସ୍ ମିଲର, ଇନ୍‌ ଡିଏନ୍‌ଏ ଲାଇଫ୍ ସାଇନ୍‌ସର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଡା.ବିରେନ୍ ବାନାର୍ଜୀ ଓ ପ୍ରତିନିଧି ଦେବୀ ପ୍ରସାଦ ରଥ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଥିଲେ।

ସୌଜନ୍ୟ – ସମ୍ବାଦ

Leave A Reply

Your email address will not be published.