Breaking News

ରାଜ୍ୟ କ୍ୟାବିନେଟ୍‌ରେ ୧୦ ପ୍ରସ୍ତାବକୁ ଅନୁମୋଦନ

ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା...

ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗ ସହ ଅନ୍ୟ ବିଭାଗର ୧୦ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପୂର୍ବ ସରକାରରେ ୫-ଟି ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ୍‌ ନଥିଲା । ଡିପିଆର ପ୍ରସ୍ତୁତ ହୋଇ ନଥିଲା କି ଏଷ୍ଟିମେଟ୍‌ ହୋଇ ନଥିଲା । ପିଲାମାନଙ୍କ ଭବିଷ୍ୟତ ପ୍ରତି ଖେଳା ଯାଇଥିଲା । ତେଣୁ ନୂଆ ସରକାର ପ୍ରତି ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ଖୋଲିବା ପାଇଁ ନିଷ୍ପତ୍ତି ନିଷ୍ପତ୍ତି ନେଇଛନ୍ତି ।

ଚଳିତ ବର୍ଷ ୧୧୪ଟି ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟରେ ଏହା ଆରମ୍ଭ ହେବ । ପରବର୍ତ୍ତୀ ୪ ବର୍ଷରେ ଅନ୍ୟ ପଞ୍ଚାୟତଗୁଡ଼ିକରେ ଏହାକୁ ପହଞ୍ଚାଯିବ । ଏହାସହ ୨୦୨୮ ସୁଦ୍ଧା ସମସ୍ତ ଶିକ୍ଷକ ପଦବୀ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କହିଛନ୍ତି । ଗୋଟିଏ ଆଦର୍ଶ ବିଦ୍ୟାଳୟ ଲାଗି ୪ରୁ ୫ କୋଟି ଖର୍ଚ୍ଚ ହେବ ।

ବୈଠକରେ ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି ଯେ, ପ୍ରତି ଉଚ୍ଚ ବିଦ୍ୟାଳୟକୁ ସୁଦୃଢ଼ କରାଯିବ। ସ୍ମାର୍ଟ ବିଦ୍ୟାଳୟ ପାଇଁ ପ୍ରାଥମିକ ବିଦ୍ୟାଳୟ ଫିଡର ସ୍କୁଲ୍ ରହିବ । ପ୍ରତି ପଞ୍ଚାୟତରେ ଗୋଟିଏ ଲେଖାଏଁ ଆଦର୍ଶ ବିଦ୍ୟାଳୟ ରହିବ ।

ରାଜ୍ୟର ୬୭୯୪ ପଞ୍ଚାୟତରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହେବ ।  ମଡେଲ୍ ସ୍କୁଲର ନାଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରହିବ । ସମସ୍ତ ଭିତ୍ତିଭୂମି ସହ ପର୍ଯ୍ୟାପ୍ତ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତ କରାଯିବେ । ଜାତୀୟ ଶିକ୍ଷା ନୀତି ଅନୁସାରେ ବ୍ୟବସ୍ଥା କରାଯିବ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା ଆଦର୍ଶ ବିଦ୍ୟାଳୟରେ ପାଠ ପଢ଼ିବେ। ସେଠାରୁ ପାଠପଢ଼ା ଶେଷ ପରେ ପିଲା ହାଇସ୍କୁଲ୍‌କୁ ଯିବେ ।

କୃଷି ବିଭାଗର ଶୀତଳ ଭଣ୍ଡାର ନେଇ କ୍ୟାବିନେଟ୍ ନିଷ୍ପତ୍ତି ନେଇଛନ୍ତି। ନୂଆ ଶୀତଳ ଭଣ୍ଡାର ଲାଗି ପୁଞ୍ଜି ବିନିଯୋଗରେ ସବସିଡ୍ ଦିଆଯିବ ।  ଜନଜାତିଙ୍କ ସହିତ ମହିଳା ଓ ତୃତୀୟ ଲିଙ୍ଗୀଙ୍କୁ ସବସିଡ୍ ମିଳିବ। ୪ଟି ସ୍ଲାବ୍‌ରେ ସବସିଡ୍ ସୁବିଧା ମିଳିବ। ମୋଟ ପୁଞ୍ଜି ବ୍ୟୟର ୬୦ ପ୍ରତିଶତ ସବସିଡ୍ ମିଳିବ। ସର୍ବାଧିକ ୬ କୋଟି ୫୦ ଲକ୍ଷ ଟଙ୍କା ସବସିଡ୍ ଦିଆଯିବ। ଅନ୍ୟ ହିତାଧିକାରୀଙ୍କୁ ସ୍ଥାୟୀ ବ୍ୟୟର ୫୦ ପ୍ରତିଶତ ଅର୍ଥାତ୍ ୬ କୋଟି ପର୍ଯ୍ୟନ୍ତ ସବସିଡ୍ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୀତଳ ଭଣ୍ଡାର ପାଇଁ ପ୍ରଥମ ଦିନରୁ ବିଜୁଳି ବିଲ୍‌ରେ ରିହାତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ଓଡ଼ିଶାରେ ସେମିକଣ୍ଡକ୍ଟର କାରଖାନା ଲାଗି ପ୍ରୋତ୍ସାହନ ଦିଆଯିବ । ଏଥିପାଇଁ ଆରଆଇଆର ପାୱାର ଇଲୋକ୍ଟ୍ରୋନିକ୍ସ ଲିମିଟେଡ୍‌କୁ ୫୦ ପ୍ରତିଶତ ଇନସେଣ୍ଟିଭ୍ ଦିଆଯିବ । ପୂର୍ବରୁ ସରକାର ୩୦ ପ୍ରତିଶତ ଦେଉଥିଲେ, ୨୦ ପ୍ରତିଶତ ଟପଅପ୍ ଆକାରରେ ଦିଆଯିବ । ଏଥିପାଇଁ ୨ଟି ପର୍ଯ୍ୟାୟ ୧୧୦ କୋଟି ଖର୍ଚ୍ଚ ହେବ । ୭୫୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି ମିଳିବ ।

ଫେବ୍ରୁଆରି ୫, ୬ ଓ ୭ରେ ଷୋଡ଼ଶ ଅର୍ଥ କମିଶନ ଓଡ଼ିଶା ଆସିବେ । ଅର୍ଥ କମିସନଙ୍କ ନିକଟରେ ଓଡ଼ିଶା ନିଜର ଦାବି ଉପସ୍ଥାପନ କରିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।   ୨୦୨୬ରୁ ୨୦୩୧ ବର୍ଷରେ ଉନ୍ନତିକରଣ କାର୍ଯ୍ୟ ଲାଗି ଅର୍ଥ କମିସନଙ୍କ ନିକଟରେ ଅର୍ଥ ଦାବି କରାଯିବ ।  ଓଡ଼ିଶା ପାଇଁ ୫ ବର୍ଷ ଲାଗି ୧୨ ଲକ୍ଷ ୫୬ ହଜାର ୧୪୮ କୋଟି ଟଙ୍କାର ଦାବି ରଖାଯିବ ବୋଲି ମୁଖ୍ୟମନ୍ତ୍ରୀ ।

କ୍ୟାବିନେଟ୍‌ରେ ବିକଶିତ ଗାଁ ବିକଶିତ ଓଡ଼ିଶାକୁ ମଞ୍ଜୁରୀ ମିଳିଛି।  ଗାଁର ବିକାଶ ହେଲେ ଦେଶର ବିକାଶ ସମ୍ଭବ ହୋଇ ପାରିବ। ଏଥିପାଇଁ ବଜେଟରେ ଥିବା ବ୍ୟୟବରାଦକୁ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସ୍ବାସ୍ଥ୍ୟ କ୍ଷେତ୍ରକୁ ବିକଶିତ କରାଯିବ। ୫ ହଜାର ଡାକ୍ତରଙ୍କୁ ଶୀଘ୍ର ନିଯୁକ୍ତି ପ୍ରଦାନ କରାଯିବ। ୧୨୪ ‌ଦନ୍ତ ଚିକିତ୍ସକଙ୍କୁ ମଧ୍ୟ ନିଯୁକ୍ତି ମିଳିବ। ଅଧିକ ମେଡିକାଲ କଲେଜ ପ୍ରତିଷ୍ଠା କରି ଡାକ୍ତରଙ୍କ ସଂଖ୍ୟାରେ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୌଜନ୍ୟ-ସମ୍ୱାଦ

Comments are closed.