Breaking News

ଶନିବାରଠାରୁ ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ, ୨ରୁ ୪ ଡିଗ୍ରୀ କମିବ ତାପମାତ୍ରା

ଭୁବନେଶ୍ୱର,୦୫/୧୨: ଆସନ୍ତା ଶନିବାରଠାରୁ ରାଜ୍ୟରେ ଶୀତ ବଢ଼ିପାରେ । ୭ ତାରିଖରୁ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ । ଫଳରେ ଅଧିକ ଶୀତ ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ଦୁଇ ଦିନ କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝରରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ ।

ଆସନ୍ତା ୫ ତାରିଖରେ ମାଲକାନଗିରି ଓ କୋରାପୁଟରେ ହାଲୁକା ବର୍ଷା ସମ୍ଭାବନା ଅଛି । ୬ରୁ ୧୦ ତାରିଖ ଯାଏ ପାଗ ପ୍ରାୟତଃ ଶୁଖିଲା ରହିବ। କେବଳ ୮ ତାରିଖରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ।

ଗତ ୨୪ ଘଣ୍ଟାରେ କୋରାପୁଟ ବୋରିଗୁମାରେ ସର୍ବାଧିକ ୬୫.୪ମିମି ବର୍ଷା ହୋଇଛି । କୋଟପାଡ଼ରେ ୭.୮, କୋରାପୁଟରେ ୬, ମାଲକାନଗିରିରେ ୫.୨ମିମି ବର୍ଷା ହୋଇଛି ।ମଙ୍ଗଳବାର ରାଜ୍ୟର ସବୁ ଅଞ୍ଚଳରେ ରାତି ତାପମାତ୍ରା ୧୫ ଡିଗ୍ରୀ ଉପରେ ଥିଲା ।

ସୌଜନ୍ୟ-ପ୍ରମେୟ

Comments are closed.