Breaking News

ଶନିବାର ରାଶିଫଳ, ଜାଣନ୍ତୁ କେମିତ କଟିବ ଆପଣଙ୍କ ଦିନ

ମେଷ: ଅଷ୍ଟମ ଚନ୍ଦ୍ର, ଚତୁର୍ଦ୍ଦଶୀ ତିଥି ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ। ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ଅପବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା: ୬, ଆରାଧନା: ମା’ ବଗଳାମୁଖୀ ।

ବୃଷ: ସପ୍ତମ ଚନ୍ଦ୍ର, ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ରହିବ। ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ପାଇବେ। ଆମୋଦପ୍ରମୋଦ ଓ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ।

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୪, ଆରାଧନା: ମା’ କମଳା ।
ମିଥୁନ : ଷଷ୍ଠ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ। ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପାଇବେ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ।

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା: ମା’ ଛିନ୍ନମସ୍ତା ।
କର୍କଟ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଅପରାହ୍ଣ ୧୨ଟା ୩୪ ମିନିଟ୍‌ ପରେ ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା କର୍ମ ଓ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଅସୁବିଧାରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୫, ଆରାଧନା: ମା’ ସମଲେଶ୍ୱରୀ ।
ସିଂହ: ଘାତବାର ଏବଂ ଚତୁର୍ଥ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ।

ଶୁଭ ରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା: ମା’ ମାତଙ୍ଗୀ ।
କନ୍ୟା : ଘାତବାର ଏବଂ ତୃତୀୟ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଏବଂ ସେଥିରେ ସଫଳତା ପାଇବା ନିମନ୍ତେ ନିଜକୁ ପ୍ରସ୍ତୁତ କରିବେ। ମନରେ ଦୃଢ଼ ଇଚ୍ଛାଶକ୍ତି ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ। ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଉତ୍ତରା ଫାଲ୍‌ଗୁନୀ କନ୍ୟା, ସେମାନେ ଉପକୃତ ହେବେ।

ଶୁଭ ରଙ୍ଗ : ସବୁଜ, ସଂଖା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଶ୍ରୀଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଦ୍ୱାଦଶ ଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅପବ୍ୟୟ, ଅପଶ, ଅପବାଦ, ଅଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବରୁ ସାମୟିକ ମୁକ୍ତି ମିଳିବ । ନୂତନ କର୍ମାରମ୍ଭ, ବିଦେଶ ଯାତ୍ରା ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଉତ୍ତରଷାଢ଼ା ଧନୁ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୨, ଆରାଧନା : ମା’ ମାଣିକେଶ୍ୱରୀ ।

ମକର : ଏକାଦଶ ଚନ୍ଦ୍ର, ଶନିବାର ଏବଂ ଅପରାହ୍ଣ ୧୨ଟା ୩୪ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ନୂତନ ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରା, ନୂତନ କର୍ମ ନିଯୁକ୍ତି, ଆକସ୍ମିକ ଧନଲାଭ ଏବଂ ନୂତନ ଆୟର ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ : ଦଶମ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ କର୍ମତତ୍ପର ଓ ଚଳଚଞ୍ଚଳ ରହିବେ। ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ। ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ଉପକୃତ ହେବେ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

ମୀନ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ। ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ପୂର୍ବଭାଦ୍ର ଓ ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ମୋବାଇଲ୍ : ୯୪୩୭୧୩୩୪୭୩
ସୌଜନ୍ୟ-ପ୍ରମେୟ

Comments are closed.