ଜିଲ୍ଲା

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ଓ ବେଦାନ୍ତ ଅଗ୍ନିଶମ ବାହିନୀ ୩ ଘଣ୍ଟା ଅକ୍ଲାନ୍ତ ପରିଶ୍ରମ ପରେ ନିଆକୁ ଆୟତ୍ତ କରାଯାଇଛି I ତେବେ ଏହି ଅଗ୍ନିକାଣ୍ଡରେ ଶପିଂ ମଲର ତଳ ଓ ଉପର ମହଲାର ଥିବା ସମସ୍ତ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି। ଯାହାଫଳରେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଥିବା ସୂଚନା ମିଳିଛି। ପ୍ରାଥମିକ ତଦନ୍ତରୁ ସଟ ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି I

 

 

 

 

 

ସୌଜନ୍ୟ ଧରିତ୍ରୀ

Show More

Leave a Reply

Your email address will not be published. Required fields are marked *

Back to top button