ଓଡିଶା

ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ, ୩ ଦିନ ଧରି ଜଳିବ ଜଗତମଙ୍ଗଳ ଦୀପ

ଶ୍ରୀଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ ନୀତି । ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍ ବ୍ୟବସ୍ଥା । ରାତ୍ର ୧୨ଟାରୁ ଦ୍ୱାର ଫିଟାଯାଇ ଭୋର ୪ଟାରୁ ପଙ୍କୋଦ୍ଧାର କରାଯାଇଛି । ଆଜିଠାରୁ ମହାଶିବରାତ୍ରି ଯାଏଁ ୩ ଦିନ ଧରି ଜଳିବ ଜଗତମଙ୍ଗଳ ଦୀପ ।

ପୁରୀ ୧୩/୦୨: ଶ୍ରୀଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ ନୀତି । ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍ ବ୍ୟବସ୍ଥା । ରାତ୍ର ୧୨ଟାରୁ ଦ୍ୱାର ଫିଟାଯାଇ ଭୋର ୪ଟାରୁ ପଙ୍କୋଦ୍ଧାର କରାଯାଇଛି । ଆଜିଠାରୁ ମହାଶିବରାତ୍ରି ଯାଏଁ ୩ ଦିନ ଧରି ଜଳିବ ଜଗତମଙ୍ଗଳ ଦୀପ ।

ସୂଚନା ଥାଉକି, ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ । ପୁରୀର ଶ୍ରୀ ଲୋକନାଥ ଦେବଙ୍କ ପୀଠରେ ଆଜି ଦିନର ବିଶେଷ ମହତ୍ୱ ରହିଛି। ବିଶ୍ୱନିୟନ୍ତା ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ବିଳମ୍ୱିତ ରାତିରୁ ଦ୍ୱାରଫିଟା ପରେ ବିଭିନ୍ନ ନୀତି କାନ୍ତି ବଢ଼ି ସକାଳ ୮ ଟା ମଧ୍ୟରେ ପଙ୍କୋଦ୍ଧାର ଓ ମାଘ ସ୍ନାନ କରାଯିବ । ଅନ୍ୟାନ୍ୟ ନୀତି କାନ୍ତି ବଢିବା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।

ମନ୍ଦିର ଗମ୍ଭୀରାରେ ବର୍ଷ ତମାମ ଭକ୍ତ ମାନଙ୍କ ଦ୍ୱାରା ଅର୍ପଣ କରାଯାଇଥିବା ବେଲପତ୍ର, ପୁଷ୍ପ, ଫଳ, ସୁନା, ରୂପା ଓ ନୈବେଦ୍ୟକୁ କଢାଯିବ। ପ୍ରାୟ ଏକବର୍ଷ ପରେ ଆଜି ଗୋଟିଏ ଦିନରେ ହିଁ ପ୍ରଭୁ ଶ୍ରୀ ଲୋକନାଥଦେବଙ୍କ ସମ୍ପୁର୍ଣ୍ଣ ଲିଙ୍ଗ ଦର୍ଶନ କରିବାର ସୌଭାଗ୍ୟ ମିଳିଥାଏ ଭକ୍ତଙ୍କୁ। ପ୍ରଖ୍ୟାତ ଦେବ ଭାବେ ପରିଚିତ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ପ୍ରତିଷ୍ଠା ପ୍ରଭୁ ଶ୍ରୀରାମଚନ୍ଦ୍ର କରିଥିବାର କିମ୍ୱଦନ୍ତୀରୁ ଜଣାଯାଏ।

ଲକ୍ଷେ ଶିବଲିଙ୍ଗ ପୂଜା କଲେ ଯେଉଁ ଫଳ ପ୍ରାପ୍ତି ମିଳିଥାଏ ଆଜିର ଦିନରେ ଯଦି ଶ୍ରୀ ଲୋକନାଥଙ୍କୁ ଦର୍ଶନ ସହିତ ପୂଜାର୍ଚ୍ଚନା କଲେ ସମପରିମାଣର ପୂଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ତେବେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ଜଣେ ଅତିରିକ୍ତ ଏସପି, ୭ ଡିଏସପି, ୧୬ ଇନ୍ସପେକ୍ଟର ସହିତ ୭ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବେ।

ସୌଜନ୍ୟ Prameya News7

Show More

Leave a Reply

Your email address will not be published. Required fields are marked *

Back to top button