୨୦ କେନ୍ଦ୍ରମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ୪ ଘଣ୍ଟା ବୈଠକ; ସରକାରୀ ଯୋଜନାର କଲେ ସମୀକ୍ଷା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ସରକାରୀ ବାସଭବନରେ ୨୦ ଜଣ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଓ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀଙ୍କ ସହ ୪ ଘଣ୍ଟା ଧରି ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିଛନ୍ତି। ବୈଠକରେ କୃଷି, ଗ୍ରାମ୍ୟ ଉନ୍ନୟନ, ଶିକ୍ଷା ଓ ସାମାଜିକ ନ୍ୟାୟ ଭଳି ପ୍ରମୁଖ ବିଭାଗଗୁଡ଼ିକର କାର୍ଯ୍ୟକାରିତା ଓ ଜନକଲ୍ୟାଣକାରୀ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଛି। ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ପ୍ରଧାନମନ୍ତ୍ରୀ ମନ୍ତ୍ରୀମାନଙ୍କଠାରୁ ପ୍ରସ୍ତାବ ଆହ୍ୱାନ କରିଛନ୍ତି। ଦେଶର ନୀତି ନିର୍ଦ୍ଧାରଣରେ ଯୁବବର୍ଗଙ୍କ ମତାମତ ଓ ଜନସାଧାରଣଙ୍କ ପ୍ରତିକ୍ରିୟାକୁ ସାମିଲ କରିବାକୁ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏକ୍ସ, ଫେସବୁକ ଓ ଇନଷ୍ଟାଗ୍ରାମ ଭଳି ସୋସିଆଲ ମିଡିଆ ମାଧ୍ୟମରେ ସରକାରଙ୍କ ଯୋଜନା ବିଷୟରେ ଲୋକଙ୍କୁ ସଚେତନ କରିବା ଏବଂ ସିଧାସଳଖ ମତାମତ ସଂଗ୍ରହ କରିବାକୁ ପ୍ରଧାନମନ୍ତ୍ରୀ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।
ସୌଜନ୍ୟ ସମାଜ




