ଓଡ଼ିଶାର ସମୃଦ୍ଧ ସଂସ୍କୃତି ଏବଂ ପରମ୍ପରାକୁ ନିଜର ଦୈନନ୍ଦିନ ଜୀବନର ଅଂଶବିଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ କ୍ରମେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୪ ଦିନ ଧରି ଓଡ଼ିଶାର ପ୍ରତ୍ୟେକ ଜିଲ୍ଲା ଠାରୁ ଆରମ୍ଭ କରି ରାଜଧାନୀ ଭୁବନେଶ୍ୱର ପର୍ଯ୍ୟନ୍ତ ‘ଓଡ଼ିଆ ପକ୍ଷ’ ଭବ୍ୟତାର ସହ ପାଳନ କରାଯିବ। ଏହି ଅବସରରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯିବ। ଏଥି ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଠାରୁ ୧୪ଦିନ ପର୍ଯ୍ୟନ୍ତ ଓଡ଼ିଆ ସ୍ବାଭିମାନଙ୍କୁ ନେଇ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।
🔴 LIVE News Updates 2026 April 01: କୁଏତରୁ ଆସିଲା ୨୦ଜଣ ଭାରତୀୟଙ୍କ ମୃତଦେହ;ଓପିଏଚ୍ଡବ୍ଲୁସିର ଡେପୁଟି ମ୍ୟାନେଜର ବିଦ୍ୟୁତ୍ ରଞ୍ଜନ ଭୋଳଙ୍କର ୨୯ଟି ପ୍ଲଟ୍ ଠାବ; ଓଡ଼ିଶା ସରକାରଙ୍କୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଚିଠି;
ଆମେ ଆମର ପାଠକଙ୍କୁ ପ୍ରତ୍ୟେକ ମୁହୂର୍ତ୍ତରେ ଖବର ସହିତ ଅପଡେଟ୍ କରିବାକୁ ଉଦ୍ୟମ କରୁଛୁ। ଆପଣଙ୍କ ପାଇଁ ସଦ୍ୟତମ ଏବଂ ବ୍ରେକିଂ ନ୍ୟୁଜ୍ ଆଣିବାକୁ ଆମେ ପ୍ରତିବଦ୍ଧ। ପ୍ରାରମ୍ଭିକ ସୂଚନା ମାଧ୍ୟମରେ ଏହି ଖବରକୁ ନିରନ୍ତର କ୍ରମାଗତ ଭାବେ ଅପ୍ଡେଟ୍ କରୁଛୁ।
