Breaking News

5ଟି ସଚିବଙ୍କ କେନ୍ଦୁଝର ଗସ୍ତ: ଭୀମ କୁଣ୍ଡକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ ସ୍ଥଳୀ ଭାବରେ ବିକାଶ କରାଯିବ, 175 କୋଟି ବ୍ୟୟରେ ସବୁ ପ୍ରମୂଖ ସହରରେ drink from tap କାର୍ଯ୍ୟକାରି ହେବ

0
  • ଚମ୍ପୁଆ ରେ ଏକ ମାସ ଭିତରେ Drink from tap ଯୋଜନା କାର୍ଯ୍ୟକାରି ହେବ 
  • ଚମ୍ପୁଆ ରେ ଚଳିତ ବର୍ଷ Rural mega piped supply କାର୍ଯ୍ୟ ଶେଷ ହେବ 
  • ରାଜ୍ୟର ସବୁଠାରୁ ଦୀର୍ଘ 2980mt ଯୋଡା flyover ଆଗାମୀ ଡିସେମ୍ବର ସୁଦ୍ଧା ଶେଷ ହେବ
  • ଶ୍ରୀ ବଳଦେବ ଜୀଉଙ୍କ ମନ୍ଦିର ର ବିକାଶ କରାଯିବ
  • 1400 କୋଟି ଟଙ୍କାର ବଡବିଲ ରିଂ ରୋଡ ପ୍ରକଳ୍ପ ଖୁବ୍ ଶୀଘ୍ର ଆରମ୍ଭ ହେବ 
  • ଆଦିବାସୀ ବିକାଶ ସମିତି ଛାତ୍ର ଛାତ୍ରୀଙ୍କ ପାଠ ପଢା ଖର୍ଚ ସରକାର ନେବେ 

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ 5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ଦୁଇ ଦିନିଆ କେଉଁଝର ଗସ୍ତରେ ଯାଇ 5ଟି ସଚିବ ଆଜି ପାଟଣା, ଚମ୍ପୁଆ, ଯୋଡ଼ା ବ୍ଲକ ଓ କେନ୍ଦୁଝର ପୌରପାଳିକା ଅନ୍ତର୍ଗତ ବିଭିନ୍ନ ସ୍ଥାନ ଗସ୍ତକରି ବିକାଶମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ସହ ବହୁସଂଖ୍ୟକ ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

ଖଣି ସମୃଦ୍ଧ ବଡବିଲ ର ପ୍ରଦୂଷଣ ଓ ଟ୍ରାଫିକ ସମସ୍ୟା ଦୂର କରିବା ପାଇଁ ଖୁବ୍ ଶୀଘ୍ର 1400 କୋଟି ଟଙ୍କାର ବଡବିଲ ରିଂ ରୋଡ ପ୍ରକଳ୍ପ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଙ୍କ ନିଷ୍ପତ୍ତି ବିଷୟରେ ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ।

ପ୍ରଥମେ ପାଟଣା ବ୍ଲକର ଭୀମକଣ୍ଡକୁ 5ଟି ସଚିବ ଯାଇ ସେଠାରେ ଚାଲିଥିବା ପ୍ରକଳ୍ପ କାର୍ଯ୍ୟଗୁଡ଼ିକର ସମୀକ୍ଷା କରିଥିଲେ। ଏହି ଅବସରରେ ସେ ଭୀମକଣ୍ଡକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବରେ ବିକଶିତ କରାଯିବା ନେଇ ସେ ସୂଚନା ଦେଇଥିଲେ । ଏ ସମ୍ପର୍କିତ ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର) ଯଥାଶୀଘ୍ର ପ୍ରସ୍ତୁତ କରିବାକୁ ସେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ସେ ସ୍ଥାନୀୟ ଜନସାଧାରଣଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରିଥିଲେ ।

ସ୍ଥାନୀୟ ଅଞ୍ଚଳର ବିଭିନ୍ନ ମନ୍ଦିର ଏବଂ ମସଜିଦର ପାରିପାର୍ଶ୍ୱିକ ବିକାଶ ନେଇ ଯେଉଁସବୁ ଅନୁରୋଧ ଆସିଛି, ସେ ସବୁକୁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆଣିବେ ବୋଲି 5ଟି ସଚିବ କହିଥିଲେ।

ଏହାପରେ 5ଟି ସଚିବ ଚମ୍ପୁଆ ଯାଇ ଚମ୍ପୁଆ ଏନଏସି ସ୍ଥିତ ଜଳ ବିଶୋଧନାଗାର(ଡବ୍ଲୁଟିପି) ପରିଦର୍ଶନ କରିଥିଲେ। ସେଠାରେ ତାଙ୍କୁ ଜାରି ରହିଥିବା ‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍’ ପ୍ରକଳ୍ପ ବାବଦରେ ବିସ୍ତୃତ ବିବରଣୀ ପ୍ରଦାନ କରାଯାଇଥିଲା। ଏହି ପ୍ରକଳ୍ପଟି ସଫଳତାର ସହ କାର୍ଯ୍ୟକାରୀ ହେଉଥିବା ନେଇ ସେ ସନ୍ତୋଷ ପ୍ରକାଶ କରିଥିଲେ। ଏହା ବ୍ୟତୀତ ‘ଗ୍ରାମୀଣ ମେଗା ପାଇପ୍ ଜଳ ଯୋଗାଣ’ ପ୍ରକଳ୍ପ ଚଳିତ ବର୍ଷ ଧାର୍ଯ୍ୟ ସମୟସୀମା ମଧ୍ୟରେ ଶେଷ ହେଉଥିବା ବିଷୟ ରେ ତାଙ୍କୁ officer ମାନେ ଅବଗତ କରିଥିଲେ।

ଏହି ଅବସରରେ 5ଟି ସଚିବ ‘ଜଳ ସାଥୀ’ମାନଙ୍କ ସହ ଆଲୋଚନା କରିବା ସହ ଜନସାଧାରଣଙ୍କ ହିତପାଇଁ ସେମାନଙ୍କ କାର୍ଯ୍ୟ ବେଶ୍ ଗୁରୁତ୍ୱବହନ କରୁଛି ବୋଲି କହିଥିଲେ। ଏହାପରେ ସେ ନେହେରୁ ଷ୍ଟାଡିୟମରେ ଏକ ସ୍ଥାନୀୟ ସମାବେଶକୁ ସମ୍ବୋଧିତ କରିଥିଲେ,.ସେଠାରେ ଫ୍ଲୁଡ୍ ଲାଇଟର ବ୍ୟବସ୍ଥା ଆଗାମୀ 7 ଦିମ ମଧ୍ୟରେ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ପାନୀୟ ଜଳ ଏବଂ କୃଷକମାନଙ୍କର ସମସ୍ୟାକୁ ତୁରନ୍ତ ସମାଧାନ କରାଯିବ ବୋଲି ସେ ଆଶ୍ୱାସନା ଦେଇଛନ୍ତି। ଏନେଇ 7 ଦିନ ମଧ୍ୟରେ ରିପୋର୍ଟ ପ୍ରସ୍ତୁତ କରିବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସେଠାରୁ 5ଟି ସଚିବ ବଡ଼ବିଲ ଗସ୍ତକରି ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଥିଲେ। ସେଠାରେ ସେ ଏନଆରସି(ପୁଷ୍ଟିକର ପୁନର୍ବାସ କେନ୍ଦ୍ର) ଏବଂ ଡାଇଲିସିସ୍ ସେଣ୍ଟରରେ ଚାଲିଥିବା କାର୍ଯ୍ୟଗୁଡ଼ିକର ତଦାରଖ କରିଥିଲେ। ଏହି ସୁବିଧା ଓଡିଶା ସମେତ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡର ରୋଗୀମାନଙ୍କର ଆବଶ୍ୟକତାକୁ ପୂରଣ କରିବାରେ ସହାୟକ ହେଉଥିବା ଜାଣି ସେ ସନ୍ତୋଷ ବ୍ୟକ୍ତ କରିଥିଲେ। ଏହି ଅବସରରେ ସେ ଏନଆରସି ଓ ଡାଇଲିସିସ୍ ସେଣ୍ଟରରେ ଉପଲବ୍ଧ ହେଉଥିବା ସୁବିଧା ବିଷୟରେ ରୋଗୀମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ମତାମତକୁ ଶୁଣିଥିଲେ। ଏସବୁ ସୁବିଧାଗୁଡ଼ିକୁ ପ୍ରଭାବଶାଳୀ ଢଙ୍ଗରେ ଆହୁରି ବଢ଼ାଇବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯାହାଦ୍ୱାରା ସାଧାରଣ ଜନତା ଏହାର ଅଧିକ ଲାଭ ପାଇପାରିବେ।

ଏହାପରେ, 5ଟି ସଚିବ ଯୋଡ଼ା ବ୍ଲକର ସେରେଣ୍ଡା ପରିଦର୍ଶନ କରି ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଏବଂ ଆଦିବାସୀ ବିକାଶ ସମିତିର ଛାତ୍ରଛାତ୍ରୀମାନଙ୍କୁ ଭେଟିଥିଲେ। ଆଦିବାସୀ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ସମିତିର ପ୍ରଶଂସନୀୟ ପ୍ରୟାସ ଦେଖି ସେ ଖୁସିବ୍ୟକ୍ତ କରିଛନ୍ତି। ଶିକ୍ଷା ପ୍ରତି ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଇ ସେ ଘୋଷଣା କରିଛନ୍ତି ଯେ ଏଣିକି ଆଦିବାସୀ ବିକାଶ ସମିତିର 900 ଛାତ୍ରଛାତ୍ରୀଙ୍କ ପାଠପଢ଼ା ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ। ଏନେଇ ଆବଶ୍ୟକୀୟ କାର୍ଯ୍ୟ ପାଇଁ ବିସ୍ତୃତ ମୂଲ୍ୟାଙ୍କନ କରିବାକୁ 5T ସଚିବ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ, ସେ ଯୋଡ଼ା ଫ୍ଲାଇଓଭର ସ୍ଥଳୀରେ ଚାଲିଥିବା ପ୍ରକଳ୍ପ କାର୍ଯ୍ୟଗୁଡ଼ିକର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। କାର୍ଯ୍ୟ ନିର୍ଦ୍ଧାରିତ ସମୟକୁ ଆଖିରେ ରଖି ଅଗ୍ରଗତି କରୁଛି ଏବଂ ଡିସେମ୍ବର 2023 ସୁଦ୍ଧା ଶେଷ ହେବବୋଲି ଉପସ୍ଥିତ ଓବିସିସି ଅଧିକାରୀମାନେ 5ଟି ସଚିବଙ୍କୁ ଅବଗତ କରିଥିଲେ।

ସେଠାରୁ 5Tସଚିବ ଯୋଡ଼ାଠାରେ ଥିବା ଜରାଶ୍ରମକୁ ପରିଦର୍ଶନରେ ଯାଇଥିଲେ। ଯେଉଁଠାରେ ବର୍ତ୍ତମାନ ଉଭୟ ପୁରୁଷ ଓ ମହିଳାଙ୍କୁ ମିଶାଇ ମୋଟ 50 ଜଣ ଅନ୍ତେବାସୀ ରହୁଛନ୍ତି। ସମସ୍ତଙ୍କ ଠାରୁ 5ଟି ସଚିବ ସେମାନଙ୍କର ଅଭିଜ୍ଞତା ଏବଂ ମିଳୁଥିବା ସୁବିଧା ସମ୍ପର୍କରେ ପଚାରିବୁଝିଥିଲେ।

ଏହାପରେ ସେ ଅନ୍ତେବାସୀଙ୍କ ମଧ୍ୟାନ୍ନ ଭୋଜନରେ ଅଂଶଗ୍ରହଣ କରିଥିଲେ। ବରିଷ୍ଠ ନାଗରିକଙ୍କୁ ଯତ୍ନର ଅଧିକ ଆବଶ୍ୟକତା ପଡ଼ୁଥିବାରୁ ସୁବିଧାର ସମ୍ପ୍ରସାରଣ ଏବଂ ଅଧିକ ଅନ୍ତେବାସୀଙ୍କ ରହଣୀ ଲାଗି ବ୍ୟବସ୍ଥା କରିବା ସମ୍ବଦ୍ଧରେ ଏକ report ପ୍ରସ୍ତୁତ କରିବାକୁ ଜିଲ୍ଲାପାଳଙ୍କୁ 5T ସଚିବ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ 5Tସଚିବ କାନପୁର ଜଳସେଚନ ପ୍ରକଳ୍ପ ସ୍ଥଳ ପରିଦର୍ଶନ କରି ସେଠାରେ ପ୍ରକଳ୍ପର ଅଗ୍ରଗତିର ଆକଳନ ସାଙ୍ଗକୁ ଜାତୀୟ ରାଜପଥ ସହ ଜଡ଼ିତ କାର୍ଯ୍ୟଗୁଡ଼ିକର ସମୀକ୍ଷା କରିଥିଲେ। ନିର୍ଦ୍ଧାରିତ ସମୟସୀମା ପାଳନପୂର୍ବକ ବର୍ଷ ଶେଷ ସୁଦ୍ଧା କାର୍ଯ୍ୟ ସାରିବା ଉପରେ ଗୁରୁତ୍ୱ ଦେବାପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଠାରେ ସେ ନିକଟସ୍ଥ ଗ୍ରାମର ଗ୍ରାମବାସୀଙ୍କ ସହ ମଧ୍ୟ ଆଲୋଚନା କରିଥିଲେ।

ସେଠାରୁ କେନ୍ଦୁଝର ସହର ସ୍ଥିତ ଓଏସଏମଇ କମ୍ପ୍ଲେକ୍ସକୁ ଯାଇ ସେଠାରେ ବହୁ ସଂଖ୍ୟାରେ ଏକତ୍ରିତ ହୋଇଥିବା ମିଶନ ଶକ୍ତି ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନଙ୍କୁ ସମ୍ବୋଧିତ କରିଥିଲେ 5Tସଚିବ।

ସରକାରଙ୍କଠାରୁ ମିଳୁଥିବା ସହାୟତା ଉପରେ ସେ ସକ୍ରିୟ ଭାବେ ସେମାନଙ୍କଠାରୁ ମତାମତ ଲୋଡ଼ିଥିଲେ ଏବଂ ମିଶନ ଶକ୍ତି ପାଇଁ ପର୍ଯ୍ୟାପ୍ତ ଅର୍ଥ ଉପଲବ୍ଧ ରହିଛି ବୋଲି ସେମାନଙ୍କୁ ଆଶ୍ୱାସନା ଦେଇଥିଲେ। ଏହାପରେ ସେ ଧରଣୀଧର ବିଶ୍ୱବିଦ୍ୟାଳୟ ନିକଟରେ ସ୍ଥାନୀୟ ବାସିନ୍ଦା, ବିଭିନ୍ନ ସଙ୍ଗଠନର ସଦସ୍ୟଙ୍କୁ ଭେଟି ସେମାନଙ୍କ ଅଭିଯୋଗକୁ ଶୁଣିଥିଲେ। ସରକାରୀ ବ୍ୟବସ୍ଥା ମୁତାବକ ସମସ୍ୟାଗୁଡ଼ିକର ସମାଧାନ ଦିଗରେ ଯଥୋଚିତ ପଦକ୍ଷେପ ଗ୍ରହଣ କରିବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ, 5ଟି ସଚିବ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ‘ମିଶନ୍ ଶକ୍ତି’ କାଫେ ପରିଦର୍ଶନ କରିଥିଲେ। ସେ ଠାରେ ସେ କାଫେର ପରିଚାଳନା ସଦସ୍ୟମାନେ କିଭଳି ଆର୍ଥିକ ଦୃଷ୍ଟିକୋଣରୁ ସ୍ୱାବଲମ୍ବୀ ହୋଇପାରିଛନ୍ତି ସେନେଇ ପଚାରିବୁଝିଥିଲେ. ଉନ୍ନତମାନର ଖାଦ୍ୟ ବିତରଣ ଉଦ୍ୟମ ଜାରି ରଖିବାକୁ ସେ ସେମାନଙ୍କୁ ଉତ୍ସାହିତ କରିଥିଲେ। ସେଠାରୁ ସେ କେନ୍ଦୁଝର ଅଡିଟୋରୀୟମ ଯାଇ ସେଠାରେ ପ୍ରାୟ 1 ହଜାର ସଂଖ୍ୟାରେ ଉପସ୍ଥିତ ଥିବା ଛାତ୍ର ଓ ଶିକ୍ଷକଙ୍କୁ ସମ୍ବୋଧିତ କରିଥିଲେ। ଶିକ୍ଷାର ମାନ ବୃଦ୍ଧି ଏବଂ ଆନୁସଙ୍ଗୀକ ସୁବିଧା ସୁଯୋଗ ଉପଲବ୍ଧ କରାଇବା ଉପରେ ସେ ଆଲୋଚନା କରି କହିଥିଲେ ସମସ୍ତ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସ୍ନାତକ କଲେଜଗୁଡ଼ିକର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥମଞ୍ଜୁର ହୋଇଛି। ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ଡିଗ୍ରୀ କଲେଜ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର ବିକାଶ ହେବ ବୋଲି ସେ କହିଛନ୍ତି। ଏଥିରେ ସେ ସମସ୍ତଙ୍କ ର ସହଯୋଗ ପାଇଁ 5Tସଚିବ ଅନୁରୋଧ କରିଛନ୍ତି।

ସେଠାରୁ 5ଟି ସଚିବ ସ୍ଥାନୀୟ ହ୍ୟାଣ୍ଡବଲ୍ ଷ୍ଟାଡିୟମ ପରିଦର୍ଶନରେ ଯାଇ ସେଠାରେ ତାଲିମ୍ ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କ ଉତ୍ସାହ ଏବଂ ଉତ୍ସର୍ଗୀକୃତତାକୁ ଦେଖି ସେ ଖୁସିବ୍ୟକ୍ତ କରିଥିଲେ। ସେ ମୋଟ ପ୍ରଶିକ୍ଷାର୍ଥୀଙ୍କ ସଂଖ୍ୟା ଏବଂ ବିଭିନ୍ନ ପ୍ରତିଯୋଗିତାରେ ସେମାନଙ୍କର ଅଂଶଗ୍ରହଣ ବିଷୟରେ ପଚାରି ବୁଝିଥିଲେ। ଏହାସହ ଷ୍ଟାଡିୟମରେ ଉପସ୍ଥିତ ହ୍ୟାଣ୍ଡବଲ୍ ଖେଳାଳିଙ୍କ ସହ ସେ ମଧ୍ୟ କଥାବାର୍ତ୍ତା କରିଥିଲେ।

ପରେ, 5ଟି ସଚିବ ବଳଦେବଜୀଉ ମନ୍ଦିର ପରିଦର୍ଶନରେ ଯାଇ ସେଠାରେ ପୂଜାର୍ଚନା କରିଥିଲେ। ଏହା ପରେ ସେ ମନ୍ଦିର ଏବଂ ପରିସରର ନବୀକରଣ ସମ୍ପର୍କରେ ମନ୍ଦିର କମିଟି ସଦସ୍ୟ ଏବଂ ପୁରୋହିତମାନଙ୍କ ସହ ଆଲୋଚନା କରିଥିଲେ। ଏହା ବ୍ୟତୀତ ସେ ବଡ଼ଦାଣ୍ଡରେ ଚାଲିଥିବା ବିକାଶ କାର୍ଯ୍ୟ ଏବଂ ଆଗାମୀ ରଥଯାତ୍ରା ପାଇଁ ପ୍ରସ୍ତୁତିର ସମୀକ୍ଷା କରିଥିଲେ।

ସେଠାରୁ 5ଟି ସଚିବ ହାଡ଼ବନ୍ଧ ଜଳାଶୟ ପରିଦର୍ଶନରେ ଯାଇ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।
ଏହି କାର୍ଯ୍ୟକ୍ରମରେ କ୍ରୀଡା ସଚିବ ଶ୍ରୀ ଭିନିଲ କ୍ରିଷ୍ଣା ଓ କେଉଁଝର ଜିଲ୍ଲାପାଳ ଉପସ୍ଥିତ ଥିଲେ

Leave A Reply

Your email address will not be published.