ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ଵର, ୩୦/୧୧ : ବଢିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ। ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢାଇଲେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ପୋଷଣ ସ୍କିମରେ ସରକାର ଖର୍ଚ୍ଚ ବଢାଇଛନ୍ତି। ରବିବାର ଠାରୁ ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ୭.୬୪ ପଇସା ବୃଦ୍ଧି କରାଯାଇଛି। ପୂର୍ବରୁ ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ୫ଟଙ୍କା ୯୦ ପଇସା ଥିଲା। ସେହିପରି ଷଷ୍ଠରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଇଁ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ୮ ଟଙ୍କା ୮୨ ପଇସା ଥିଲା।

ସୌଜନ୍ୟ-ପ୍ରମେୟ

Show More
Back to top button