Breaking News

ମହାକୁମ୍ଭରେ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼; ୩୦୦ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି ଗାଡି

ପ୍ରୟାଗରାଜରେ ପ୍ରବଳ ଗହଳି । ମହାକୁମ୍ଭରେ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ଯିବା ପାଇଁ ସବୁ ରାସ୍ତାରେ ଭାରି ଜାମ । ୨୦୦-୩୦୦ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି ଗାଡି । ବିଭିନ୍ନ ଆଡୁ ପ୍ରୟାଗରାଜକୁ ସଂଯୋଗ କରୁଥିବା ସବୁ ରାସ୍ତାରେ ପ୍ରବଳ ଗହଳି ।

ପ୍ରୟାଗରାଜ: ପ୍ରୟାଗରାଜରେ ପ୍ରବଳ ଗହଳି । ମହାକୁମ୍ଭରେ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ । ଯିବା ପାଇଁ ସବୁ ରାସ୍ତାରେ ଭାରି ଜାମ । ୨୦୦-୩୦୦ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି ଗାଡି । ବିଭିନ୍ନ ଆଡୁ ପ୍ରୟାଗରାଜକୁ ସଂଯୋଗ କରୁଥିବା ସବୁ ରାସ୍ତାରେ ପ୍ରବଳ ଗହଳି । ଦୀର୍ଘ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି ଗାଡ଼ି । ଭିଡ଼କୁ ଦୃଷ୍ଟିରେ ରଖି ସଙ୍ଗମ ଷ୍ଟେସନକୁ ୫ ଦିନ ପାଇଁ ବନ୍ଦ କରିଦିଆଯାଇଛି । ଷ୍ଟେସନରେ ପାଦ ରଖିବାକୁ ବି ଜାଗା ନାହିଁ ।

ମହାକୁମ୍ଭ ମେଳାରେ ବୁଡ଼ ପକାଇବେ ରାଷ୍ଟ୍ରପତି । ଦେଶର ପ୍ରଥମ ନାଗରିକ ଦ୍ରୌପଦୀ ମୁର୍ମୁ ଆଜି ପ୍ରୟାଗରାଜ ଗସ୍ତ କରିବେ । କୁମ୍ଭମେଳାରେ ପୂଜା କରିବା ସହ ସଙ୍ଗମ ସ୍ଥଳରେ ବୁଡ଼ ପକାଇବେ ରାଷ୍ଟ୍ରପତି । ସେ ମେଳାରେ ପ୍ରାୟ ୮ ଘଣ୍ଟା ବିତାଇବେ । ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଉତ୍ତରପ୍ରଦେଶ ମୁ୍ଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ରହିବେ । ଦେଶର ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ପରେପ୍ରଥମ ଥର ପାଇଁ ଦ୍ରୌପଦୀ ମୁର୍ମୁ କୁମ୍ଭମେଳାରେ ବୁଡ ପକାଇବେ । ରାଷ୍ଟ୍ରପତି ଗସ୍ତ ସମୟରେ ସନାତନ ଧର୍ମର ପ୍ରତୀକ ଅକ୍ଷୟବଟ ଗଛ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ପାଖରେ ଥିବା ବଡ ହନୁମାନ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି । ବିଶ୍ବର ସବୁଠୁ ବଡ଼ ଧାର୍ମିକ କାର୍ଯ୍ୟକ୍ରମ କୁହାଯାଉଥିବା କୁମ୍ଭମେଳାରେ ଏପର୍ୟ୍ୟନ୍ତ ୪୦ କୋଟିରୁ ଅଧିକ ଲୋକ ବୁଡ଼ ପକାଇସାରିଲେଣି ।

 

 

 

 

 

 

 

 

ସୌଜନ୍ୟ-ସମ୍ୱାଦ

Comments are closed.