Big Budget Boost: ୩ ଲକ୍ଷ ୧୦ ହଜାର କୋଟିର ରାଜ୍ୟ ବଜେଟ୍, VB-G RAM G ପାଇଁ ୫୫୭୫ କୋଟି ଟଙ୍କାର ବ୍ୟବସ୍ଥା
ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ଶ୍ରୀଜଗନ୍ନାଥ ମନ୍ଦିର ପାଇଁ 'ସମର୍ପଣ' ନାଁରେ ଅନଲାଇନ୍ ଡିଜିଟାଲ ହୁଣ୍ଡି ବ୍ୟବସ୍ଥା କରାଯାଇଛି ।

ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ ବର୍ଷ ରାଜ୍ୟ ସରକାର ମୂଳ ବଜେଟ ୨ଲକ୍ଷ ୯୦ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ଏଥର ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ କରୁଛନ୍ତି ।
ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି ବୋଲି ସେ ସୂଚନା ଦେଇଛନ୍ତି । ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।
ବଜେଟରେ VB-G RAM G ପାଇଁ ୫୫୭୫ କୋଟି ଟଙ୍କାର ବ୍ୟବସ୍ଥା ଥିବା ବେଳେ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା ପାଇଁ ୬୩୫ କୋଟି ରଖାଯାଇଛି । ୧୦୦ ସ୍ମାର୍ଟ ଫାର୍ମ ମାର୍କେଟ (ମଡେଲ୍ ମଣ୍ଡି) ପାଇଁ ୧୦୦ କୋଟି ରହିଛି ।
ବୃହତ ଶସ୍ୟ ଷ୍ଟୋରେଜ୍ ଯୋଜନା ପାଇଁ ୨୪୦ କୋଟି
VB-G RAM G ପାଇଁ ୫୫୭୫ କୋଟି ବ୍ୟୟବରାଦ ହୋଇଛି । ବିଶ୍ବର ବୃହତ ଶସ୍ୟ ଷ୍ଟୋରେଜ୍ ଯୋଜନା ପାଇଁ ୨୪୦ କୋଟି ଓ ରେୟାର ଆର୍ଥ କରିଡର୍ ପାଇଁ ୧୦ କୋଟି ଟଙ୍କା ଘୋଷଣା କରାଯାଇଛି । ରାଜ୍ୟ AI ମିଶନ ପାଇଁ ୨୩ କୋଟି ଟଙ୍କା ଓ ଟୁରିଜିମ୍ ଲ୍ୟାଣ୍ଡ ବ୍ୟାଙ୍କ ସ୍କିମ୍ ବାବଦକୁ ୧୫୦ କୋଟି ଟଙ୍କା ଘୋଷଣା କରାଯାଇଛି ।
ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ‘ସମର୍ପଣ’ ନାଁରେ ଅନଲାଇନ୍ ଡିଜିଟାଲ ହୁଣ୍ଡି ବ୍ୟବସ୍ଥା କରାଯାଇଛି । ରତ୍ନଭଣ୍ଡାର ଗଣତିମଣତି ପାଇଁ ୫ କୋଟି ଟଙ୍କାର ପ୍ରସ୍ତାବ ପ୍ରସ୍ତାବ ରହିଛି ।
ସୌଜନ୍ୟ OTV




