Odisha Weather Update: ଓଡ଼ିଶା ଉପରେ ଟ୍ରପ୍ ଲାଇନ୍ ସକ୍ରିୟ, ୧୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷିବ !

ଭୁବନେଶ୍ବର ୧୦।୪: ବର୍ତ୍ତମାନ ଓଡ଼ିଶା ଉପରେ ଏକ ଟ୍ରପଲାଇନ୍ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା । ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ସହ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ନେଇ ଜାରି ହୋଇଛି ୟଲୋ ଆଲର୍ଟ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, ବାଲେଶ୍ୱର ।

ସେପଟେ କାଲିଠାରୁ ଏହାର ପ୍ରଭାବ ଓଡ଼ିଶା ଉପରେ ନାହିଁ । ଉପରମୁହାଁ ହେବ ପାରଦ । ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁବ । ୧୧ ରୁ ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗ୍ରୀଷ୍ମ ପ୍ରବାହ ନେଇ ଜାରି ହୋଇଛି ୟେଲୋ ଆଲର୍ଟ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ଏଥିସହ ଦିନ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିବାର ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ପୁରୀ ଜିଲ୍ଲାର ନିମାପଡ଼ାରେ ୬୦.୦ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ସର୍ବାଧିକ ଦିନ ତାପମାତ୍ରା ରେକର୍ଡ କରାଯାଇଛି ବୌଦ୍ଧରେ ୩୮.୯ ଡିଗ୍ରୀ ସେଲସିୟସ । ଏପଟେ ଭୁବନେଶ୍ଵରରେ ୩୪.୭ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବା ବେଳେ କଟକରେ ୩୩.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

ସୌଜନ୍ୟ Prameya News7