ରାଜ୍ୟ

Home guard DA ଗୃହରକ୍ଷୀଙ୍କ ଦୈନିକ ଭତ୍ତା ୬୫୦ଟଙ୍କାକୁ ବୃଦ୍ଧି

ଓଡ଼ିଶା ସରକାର ଗୃହରକ୍ଷୀଙ୍କ ଦୈନିକ ଭତ୍ତା ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହି ନୂଆ ଭତ୍ତା ୨୦୨୬ ଜାନୁଆରୀ ୧ ରୁ ଲାଗୁ ହେବ।

ଭୁବନେଶ୍ୱର: ରାଜ୍ୟ ସରକାର ଆଜି (ମଙ୍ଗଳବାର) ଗୃହରକ୍ଷୀମାନଙ୍କ ଦୈନିକ ଭତ୍ତା (DCA) ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହି ବର୍ଦ୍ଧିତ ଭତ୍ତା ୨୦୨୬ ଜାନୁଆରୀ ୧ ତାରିଖରୁ ଲାଗୁ ହେବ।

ସୂଚନାଯୋଗ୍ୟ,, ୨୦୨୫ ଜୁଲାଇ ପହିଲାରେ ଗୃହରକ୍ଷୀଙ୍କ ଦୈନିକ ଭତ୍ତା ୬୨୩ରୁ ୬୩୯ ଟଙ୍କାକୁ ବୃଦ୍ଧି କରାଯାଇଥିଲା। ଇତିମଧ୍ୟରେ ରାଜ୍ୟ ସରକାରଙ୍କ ନିୟମିତ କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ୨୦୨୬ ଜାନୁଆରୀ ପହିଲାରୁ ବୃଦ୍ଧି କରିଛନ୍ତି । ଏସବୁକୁ ଦୃଷ୍ଟିରେ ରଖି ଗୃହରକ୍ଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ନେଇଛନ୍ତି ।

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button