ମୌସୁମୀ ସକ୍ରିୟ, ବଢିବ ବର୍ଷା : ଏହି ସବୁ ଜିଲ୍ଲାରେ ୭୦ କିମି ବେଗରେ ବହିବ ପବନ
ପାଣିପାଗ ବିଭାଗର ଆକଳନ କହୁଛି, ସୋମବାର ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଭାରି ବର୍ଷା ହୋଇପାରେ । ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର,କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ତେବେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗୁଳୁଗୁଳି ଜାରି ରହିବ ବୋଲି ପୂର୍ବାନୁମାନ କରାଯାଇଛି । ୨୩, ୨୪ ଓ ୨୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।

ଭୁବନେଶ୍ୱର,୨|୦୬:ମୌସୁମୀ ପ୍ରଭାବରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ପରିମାଣ ବଢ଼ିବ । ତେବେ ୨୮ ତାରିଖରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ବଢ଼ିପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହା କହିଛନ୍ତି ।
ପାଣିପାଗ ବିଭାଗର ଆକଳନ କହୁଛି, ସୋମବାର ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଭାରି ବର୍ଷା ହୋଇପାରେ । ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର,କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ତେବେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗୁଳୁଗୁଳି ଜାରି ରହିବ ବୋଲି ପୂର୍ବାନୁମାନ କରାଯାଇଛି । ୨୩, ୨୪ ଓ ୨୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।
ରବିବାର ସୋନପୁରରେ ୪୯.୨ ମିମି ବର୍ଷା ରେକର୍ଡ ହୋଇଛି । ନୟାଗଡ଼ରେ ୫ମିମି, ମାଲକାନଗିରିରେ ୩.୨, ସମ୍ବଲପୁରରେ ୨.୪, ବରଗଡ଼ରେ ୨.୨ ମିମି ବର୍ଷା ହୋଇଛି। ରବିବାର ଝାରସୁଗୁଡ଼ାକୁ ଛାଡି ରାଜ୍ୟର ଅଧିକାଂଶ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ତଳେ ଥିଲା । ସମ୍ବଲପୁରରେ ୩୯.୮, ହୀରାକୁଦରେ ୩୯.୩, ସୁନ୍ଦରଗଡ଼ରେ ୩୮.୫, ବଲାଙ୍ଗିରରେ ୩୮.୨, ଢେଙ୍କାନାଳରେ ୩୭.୬ ଓ ନୂଆପଡ଼ାରେ ୩୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଦାରିଙ୍ଗବାଡ଼ିର ଦିନ ତାପମାତ୍ରା ସବୁଠୁ କମ୍ ବା ୨୮.୫ ଡିଗ୍ରୀ ରେକର୍ଡ ହୋଇଥିଲା ।
ସୌଜନ୍ୟ Prameya News7