
ପୁରୀ ୨୭।୦୬: ସ୍ନାନଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ସ୍ନାନଯାତ୍ରା ଓ ଆସନ୍ତା ଘୋଷଯାତ୍ରାର ବିଭିନ୍ନ ପର୍ଯ୍ୟାୟର ନୀତି ପାଇଁ ଆଜିଠାରୁ ଶ୍ରୀମନ୍ଦିରରେ ଦଇତାପତି ମାନେ ପ୍ରବେଶ କରିବେ। ସଂଧ୍ୟା ଧୂପ ପରେ ଦଇତପତି ମାନେ ମହାପ୍ରଭୁଙ୍କର ବାହୁଟକଣ୍ଟ ନୀତି କରିବେ।
ସେହିପରି ସ୍ନାନଯାତ୍ରା ପହଣ୍ତି ପାଇଁ କୋଠସୁଆଂସିଆ ସେବକ ମାନେ ଆଜି ରତ୍ନସିଂହାସନରେ ଚାରମାଳ ବାନ୍ଧିବାର କାର୍ଯ୍ୟ ରହିଛି। ଆସନ୍ତକାଲି ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଦଇତାପତିମାନେ ସେନାପଟା ଲାଗି କରିବେ। ଏସମସ୍ତ ନିତୀ ପାଇଁ ଦଇତାପତି ମାନେ ଆଜି ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି। ସେପଟେ ପୁରୀ ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରକାରର ବ୍ୟବସ୍ଥା ଗ୍ରହଣ କରାଯାଇଛି। ସ୍ନାନଯାତ୍ରା ଦିନ ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରି ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରି ଅନ୍ୟ ତିନି ଦ୍ବାର ଦେଇ ପ୍ରସ୍ଥାନ କରିବେ। ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ମାର୍କେଟ ଛକ ଯାଏଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିଛି
ସୌଜନ୍ୟ Prameya News7




