ରାଜ୍ୟ

Sushant Singh: ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ବରିଷ୍ଠ ରାଜନୀତିଜ୍ଞ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଆଜି ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି।

ଭୁବନେଶ୍ୱର: ଓଡ଼ିଶାର ବରିଷ୍ଠ ରାଜନୀତିଜ୍ଞ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଆଜି ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ସୁଶାନ୍ତ ସିଂହ ଦୀର୍ଘଦିନ ଧରି ଗୁରୁତର ଅସୁସ୍ଥତାରେ ପୀଡ଼ିତ ଥିଲେ। କିଛିଦିନ ପୂର୍ବରୁ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା, କିନ୍ତୁ ଆଜି ସକାଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଆହୁରି ଖରାପ ହୋଇଥିଲା ଏବଂ ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ତ୍ୱେ ତାଙ୍କୁ ବଞ୍ଚାଇ ପାରିଲେ ନାହିଁ।

ସୂଚନାଯୋଗ୍ୟ, ସୁଶାନ୍ତ ସିଂହ ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଓଡ଼ିଶା ସରକାରରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ତାଙ୍କର ରାଜନୈତିକ ଜୀବନରେ ସାଧାରଣ ଲୋକଙ୍କ ସେବା ଏବଂ ବିକାଶମୂଳକ କାର୍ଯ୍ୟ ପାଇଁ ସେ ପରିଚିତ ଥିଲେ। ଶୋକ ତାଙ୍କ ଦେହାନ୍ତ ଖବର ପାଇ ରାଜ୍ୟର ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ବିଜେଡି ସମେତ ବିଭିନ୍ନ ଦଳର ନେତାମାନେ ତାଙ୍କ ଆତ୍ମାର ସଦ୍‌ଗତି କାମନା କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୋକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରି କହିଛନ୍ତି, ବରିଷ୍ଠ ରାଜନେତା ତଥା ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button