ରାଜ୍ୟ

Chief Minister: ସରକାରଙ୍କ ଉପରେ ଲୋକଙ୍କ ଆସ୍ଥା ବୃଦ୍ଧି ପାଇଛି: ମୁଖ୍ୟମନ୍ତ୍ରୀ

ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୯ତମ ପାଳି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସକାଳେୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।

ଭୁବନେଶ୍ବର: ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୯ତମ ପାଳି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସକାଳେୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀମଣ୍ଡଳର ୬ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ସକାଳେ ପ୍ରଥମେ ଆସି ବାହାରେ ଅପେକ୍ଷା କରିଥିବା ଦିବ୍ୟାଙ୍ଗ ଓ ଦୂରାରୋଗ୍ୟରେ ପୀଡ଼ିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସେମାନଙ୍କ ଅଭିଯୋଗପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ଦୁରାରୋଗ୍ୟ ରୋଗରେ ପୀଡ଼ିତ ପ୍ରାୟ ୧୨ ଜଣଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୬.୧୫ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ରାଶି ମଞ୍ଜୁର କରିଛନ୍ତି। ଆଜି ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ଜରିଆରେ ୭୦୦ରୁ ଉର୍ଦ୍ଧ୍ୱ ଅଭିଯୋଗ ପତ୍ର ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି  ଭୁଷଣ ଜେନା, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ,  ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ,  ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ଏବଂ ଅନ୍ୟ ବିଭାଗଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button