ରାଜ୍ୟ

Flood situation: ବନ୍ୟା ପରିସ୍ଥିତି ଭୟଭୀତ ହୁଅନ୍ତୁ ନାହିଁ, ନଜର ରଖିଛୁ: ମୁଖ୍ୟମନ୍ତ୍ରୀ

ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟ ବନ୍ୟା ପରିସ୍ଥିତି ଉପରେ ଆମ ସରକାର ପ୍ରତିଟି ମୁହୂର୍ତ୍ତରେ ନଜର ରଖିଛନ୍ତି। ଲୋକମାନେ ଆଦୌ ବିଚଳିତ କିମ୍ବା ଭୟଭୀତ ହୁଅନ୍ତୁ ନାହିଁ।

ଭୁବନେଶ୍ବର: ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟ ବନ୍ୟା ପରିସ୍ଥିତି ଉପରେ ଆମ ସରକାର ପ୍ରତିଟି ମୁହୂର୍ତ୍ତରେ ନଜର ରଖିଛନ୍ତି। ଲୋକମାନେ ଆଦୌ ବିଚଳିତ କିମ୍ବା ଭୟଭୀତ ହୁଅନ୍ତୁ ନାହିଁ। ସରକାର ସବୁ‌ବେଳେ ଲୋକଙ୍କ ସହ ଛିଡ଼ା ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ‘ଏକ୍ସ’ରେ ଦର୍ଶାଇଛନ୍ତି ଯେ ବନ୍ୟା ପରିସ୍ଥିତି ଓ ଏହାର ମୁକାବିଲା ସମ୍ପର୍କରେ ମୁଁ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲଫ୍ କମିସନରଙ୍କ ସହିତ ଆଲୋଚନା କରିଛି। ପ୍ରଭାବିତ ଅଞ୍ଚଳରେ ଜନସାଧାରଣଙ୍କୁ ସୁରକ୍ଷିତ ରଖିବା ପାଇଁ ସମଗ୍ର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି।

ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବନ୍ୟା ପରିଚାଳନା, ସ୍ଥାନାନ୍ତରଣ ଓ ରିଲିଫ୍ କାର୍ଯ୍ୟକୁ ତଦାରଖ କରିବା ପାଇଁ ତିନି ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି। ଜଳସ୍ତର ଓ ପରିସ୍ଥିତି ଉପରେ ଅହରହ ଦୃଷ୍ଟି ରଖିବା ପାଇଁ ଏସ୍‌ଆରସି କାର୍ଯ୍ୟାଳୟ ଓ ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷକୁ ୨୪×୭ ଖୋଲା ରଖିବା ପାଇଁ  ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ଆଶ୍ରୟସ୍ଥଳୀରେ ବିଶୁଦ୍ଧ ପାନୀୟଜଳ, ରନ୍ଧାଖାଦ୍ୟ, ଜରୁରୀ ସ୍ୱାସ୍ଥ୍ୟସେବା, ସର୍ପାଘାତ ପ୍ରତିଷେଧକ ଔଷଧ ଏବଂ ଗୃହପାଳିତ ପଶୁଙ୍କ ପାଇଁ ପର୍ଯ୍ୟାପ୍ତ ଗୋଖାଦ୍ୟ ଯୋଗାଇ ଦିଆଯାଉଛି। ବନ୍ୟା ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ବାସଗୃହ ଓ ଚାଷଜମି ପାଇଁ ପ୍ରଭାବିତ ଜନସାଧାରଣଙ୍କୁ ତ୍ୱରିତ କ୍ଷତିପୂରଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button