ରାଜ୍ୟ
Bay Of Bengal Low Pressure: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୪୮ ଘଣ୍ଟାରେ ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର, ୧୨/୦୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଆସନ୍ତା ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଭୋରୁ ଉତ୍ତର ବଙ୍ଗୋପସାଗରର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିବ। ଆସନ୍ତା ୫ରୁ ୬ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଆଜି ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ସହ କେତେକ ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ। ଆଜି ପାଇଁ ରାଜ୍ୟର ୫ଟି ଜିଲ୍ଲା, ଝାରସୁଗୁଡ଼ା, ସମ୍ବଲପୁର, ଢେଙ୍କାନାଳ, ଅନୁଗୋଳ ଓ କଟକ କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ବ୍ୟତୀତ ଅନ୍ୟ ୨୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସୌଜନ୍ୟ ପ୍ରମେୟ




