ରାଜ୍ୟ

Teacher: ରାଜଧାନୀରେ ଅହୋରାତ୍ର ଗଣଧାରଣା: ଗୁରୁମାନେ ଖୁସି ନାହାନ୍ତି, ବର୍ଷାରେ ଭିଜିଲେ ରାସ୍ତାରେ ଶୋଇଲେ

ଅଗଷ୍ଟ ୧୬ ଶିକ୍ଷକ ଦାବି ଦିବସରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଅଣଅନୁଦାନପ୍ରାପ୍ତ, ଅନୁଦାନପ୍ରାପ୍ତ ସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଏବଂ କର୍ମଚାରୀମାନେ ଆଜିଠାରୁ ମାହାତ୍ମାଗାନ୍ଧୀ ମାର୍ଗରେ ଅହୋରାତ୍ର ଗଣଧାରଣା ଆରମ୍ଭ କରିଛନ୍ତି।

ଭୁବନେଶ୍ୱର: ଅଗଷ୍ଟ ୧୬ ଶିକ୍ଷକ ଦାବି ଦିବସରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଅଣଅନୁଦାନପ୍ରାପ୍ତ, ଅନୁଦାନପ୍ରାପ୍ତ ସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଏବଂ କର୍ମଚାରୀମାନେ ଆଜିଠାରୁ ମାହାତ୍ମାଗାନ୍ଧୀ ମାର୍ଗରେ ଅହୋରାତ୍ର ଗଣଧାରଣା ଆରମ୍ଭ କରିଛନ୍ତି। ଶିକ୍ଷକ କର୍ମଚାରୀମାନଙ୍କର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ ଅନୁଦାନଯୋଗ୍ୟ ବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ୨୦୦୪ ମସିହାଠାରୁ ଅଦ୍ୟାବଧି ଅବସର ନେଇଥିବା ଏବଂ ଆଗାମୀ ଦିନରେ ଅବସର ନେବାକୁ ଥିବା ଶିକ୍ଷକ କର୍ମଚାରୀମାନଙ୍କୁ ବ୍ୟବସ୍ଥା ଅନୁସାରେ ଚାକିରି ସର୍ତ୍ତାବଳୀ, ପେନ୍‌ସନ୍ ଓ ଅବସରକାଳୀନ ସୁବିଧା ପ୍ରଦାନ, ସମସ୍ତ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ସରକାରୀକରଣ, ନୂତନ ପେନ୍‌ସନ୍ ବ୍ୟବସ୍ଥାକୁ ବାତିଲ କରି ପୂର୍ବ ପ୍ରଚଳିତ ପୁରୁଣା ପେନ୍‌ସନ୍ ବ୍ୟବସ୍ଥା ଲାଗୁ କରିବା, ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ୬ଟି ନୋସନାଲ୍ ଇନ୍‌କ୍ରିମେଣ୍ଟ ଦେବା ସହିତ ବରିଷ୍ଠତା ପ୍ରଦାନ କରିବା, ଗ୍ରେଡ୍‌-ପେରେ ଥିବା ଅସଙ୍ଗତି ଦୂରୀକରଣ, ଅବସର ବୟସସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି ଓ ରାଜ୍ୟର ସମସ୍ତ ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ସରକାରୀ ବିଦ୍ୟାଳୟରେ ପ୍ରଚଳିତ ସମାନ ସୁବିଧା ସୁଯୋଗ ଯଥା ମଧ୍ୟାହ୍ନଭୋଜନ, ଛାତ୍ରବୃତ୍ତି, ଶିକ୍ଷା ଉପକରଣ, ପୋଷାକ ଓ ସାଇକେଲ ଯୋଗାଇ ଦେବା ଆଦି ଅନ୍ତର୍ଭୁକ୍ତ।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button