ରାଜ୍ୟ

Monsoon session: ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ

ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୯ଟି କାର୍ଯ୍ୟଦିବସ ରହିବ। ଏହା ମଧ୍ୟରେ ୮ଟି ସରକାରୀ ଓ ଗୋଟିଏ ବେସରକାରୀ କାର୍ଯ୍ୟଦିବସ ରହିଛି।

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୯ଟି କାର୍ଯ୍ୟଦିବସ ରହିବ। ଏହା ମଧ୍ୟରେ ୮ଟି ସରକାରୀ ଓ ଗୋଟିଏ ବେସରକାରୀ କାର୍ଯ୍ୟଦିବସ ରହିଛି। ସେପ୍ଟେମ୍ବର ୨୬ ଓ ୨୭ ତାରିଖରେ ଚତୁର୍ଥ ଶନିବାର ଏବଂ ରବିବାର ଯୋଗୁଁ ଗୃହକାର୍ଯ୍ୟ ବନ୍ଦ ରହିବ।

ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ମଧ୍ୟ ଗୃହକାର୍ଯ୍ୟ ବନ୍ଦ ରହିବ। ବିଧାନସଭା ଅଧିବେଶନ କାର୍ଯ୍ୟସୂଚୀ ସମ୍ପର୍କରେ ବିଧାନସଭା ସଚିବ ସତ୍ୟବ୍ରତ ରାଉତ ସଂସଦୀୟ ବ୍ୟାପାର ବିଭାଗକୁ ଚିଠି ଲେଖି ଅବଗତ କରାଇଛନ୍ତି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button