ରାଜ୍ୟ

Sambad-Aam Odisha: ‘ସମ୍ବାଦ-ଆମ ଓଡ଼ିଶା’ ରାଜ୍ୟସ୍ତରୀୟ ପ୍ରତିଯୋଗିତା: ପ୍ରତିଯୋଗୀ ଉତ୍ସାହିତ, ୫୨୧ କେନ୍ଦ୍ରରେ ୧,୪୧,୨୦୮ ପ୍ରତିଯୋଗୀ

‘ସମ୍ବାଦ’ର ସ୍ବନକ୍ଷତ୍ର ଅବସରରେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ୩୦ଟି ଜିଲ୍ଲାର ୩୧୪ଟି ବ୍ଲକ୍‌ ଓ ମହାନଗର ନିଗମ ଅଞ୍ଚଳରେ ‘ସମ୍ବାଦ-ଆମ ଓଡ଼ିଶା’ର ରାଜ୍ୟସ୍ତରୀୟ ବାର୍ଷିକ ପ୍ରତିଯୋଗିତା-୨୦୨୬ ଅନୁଷ୍ଠିତ ହୋଇଯାଇଛି।

ଭୁବନେଶ୍ବର: ‘ସମ୍ବାଦ’ର ସ୍ବନକ୍ଷତ୍ର ଅବସରରେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ୩୦ଟି ଜିଲ୍ଲାର ୩୧୪ଟି ବ୍ଲକ୍‌ ଓ ମହାନଗର ନିଗମ ଅଞ୍ଚଳରେ ‘ସମ୍ବାଦ-ଆମ ଓଡ଼ିଶା’ର ରାଜ୍ୟସ୍ତରୀୟ ବାର୍ଷିକ ପ୍ରତିଯୋଗିତା-୨୦୨୬ ଅନୁଷ୍ଠିତ ହୋଇଯାଇଛି। ବର୍ଷକରେ ଥରେ ଆୟୋ‌ଜିତ ହେଉଥିବା ଏହି ପରୀକ୍ଷାକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ଏଥରକ ମଧ୍ୟ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ପୂର୍ବାହ୍ଣ ୧୦ଟାରେ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ଏହାର ଘଣ୍ଟାକ ପୂର୍ବରୁ ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା। ପରିବେଶ ସୁରକ୍ଷା ସହ ସଚେତନତାକୁ ଦୃଷ୍ଟିରେ ରଖି ‘ସମ୍ବାଦ ଗ୍ରୁପ୍‌’ ପକ୍ଷରୁ ଆରମ୍ଭ ହୋଇଥିବା ‘ପୁନଶ୍ଚ ପୃଥିବୀ’ ଅଭିଯାନର ଏକ ଅଂଶସ୍ବରୂପ ପ୍ରଶ୍ନପତ୍ରଗୁଡ଼ିକରେ ପରିବେଶ ସମ୍ପର୍କିତ ପ୍ରଶ୍ନକୁ ମଧ୍ୟ ସାମିଲ କରାଯାଇଥିଲା। ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ମଧୢରେ ଚିତ୍ରାଙ୍କନ, ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ମଧୢରେ ଓଡ଼ିଆ ହସ୍ତାକ୍ଷର ଏବ˚ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ମଧୢରେ ଭାଷାଜ୍ଞାନ-ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button