Low Pressure Alert: ଆସୁଛି ଆଉ ଏକ ଲଘୁଚାପ, ୮ରେ ଘୂର୍ଣ୍ଣିିବଳୟ ସମ୍ଭାବନା, ୧୧ଯାଏ ଛେଚିବ

ଭୁବନେଶ୍ୱର,୦୭/: ଆସନ୍ତା ୮ ତାରିଖରେ ଉତ୍ତର ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ଲଘୁଚାପ ରୂପ ନେବାର ସମ୍ଭାବନା କମ୍ । କିନ୍ତୁ ଏହା ପ୍ରଭାବରେ ୧୧ ତାରିଖ ଯାଏ ରାଜ୍ୟରେ ଭାରୀ ବର୍ଷା ହେବ । ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏଭଳି ପୂର୍ବାନୁମାନ କରିଛନ୍ତି ।
ଏହା ପ୍ରଭାବରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ସୀମାନ୍ତବର୍ତ୍ତୀ ଜିଲ୍ଲା ସମେତ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଯାଜପୁର, ବାଲେଶ୍ୱର, ଦେବଗଡ଼, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଭଲ ବର୍ଷା ହେବ । ବିକ୍ଷିପ୍ତ ସ୍ଥାନରେ ଭାରୀ ବର୍ଷା ହୋଇପାରେ । ସେପଟେ ପାଣିପାଗ ବିଭାଗ ଆକଳନ କହୁଛି, ୯ ତାରିଖରୁ ଉତ୍ତର ଓଡ଼ିଶାରେ ବର୍ଷା ବଢ଼ିପାରେ । ୧୦ତାରିଖରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ ।
୧୧ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଅଛି । ରବିବାର ଦିନତମାମ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି । ବାରିପଦାରେ ୧୭.୮ମିମି ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର, କଟକ ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ବର୍ଷା ହୋଇଛି ।
ସୌଜନ୍ୟ ପ୍ରମେୟ




