Big Rain Alert: ଆସନ୍ତା ୧୧ରେ ହେବ ଲଘୁଚାପ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ, ଏହି ସବୁ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର,୦୯/୦୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାଶ୍ୱ ର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆସନ୍ତା ୧୧ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ହୋଇପାରେ । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଲଘୁଚାପ ପ୍ରଭାବରେ ୧୨ ତାରିଖ ଯାଏ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ବୁଧବାର ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା ଅଛି । ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ ।
୧୦ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାଣ୍ଣି ର୍ଂ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୧୧ ତାରିଖରେ କୋରାପୁଟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି । ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖରେ କୋରାପୁଟ ଓ ମାଲକାନଗିରି ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି । ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇପାରେ ।
ସୌଜନ୍ୟ ପ୍ରମେୟ




