ରାଜ୍ୟ
Ganjam Schools: ଗଞ୍ଜାମରେ ୩ ଦିନ ବନ୍ଦ ରହିବ ସମସ୍ତ ସ୍କୁଲ ଓ ଅଙ୍ଗନୱାଡି କେନ୍ଦ୍ର, ପ୍ରବଳ ବର୍ଷା ଆଶଙ୍କାରେ ନିଷ୍ପତ୍ତି
ଲଘୁଚାପଜନିତ ପ୍ରବଳ ବର୍ଷା ଆଶଙ୍କାରେ ଗଞ୍ଜାମ ଜିଲ୍ଲାର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ସହ ଅଙ୍ଗନୱାଡି କେନ୍ଦ୍ର ୨୨ରୁ ୨୪ ସେପ୍ଟେମ୍ବର ପର୍ଯ୍ୟନ୍ତ ବନ୍ଦ ରହିବ।

ଛତ୍ରପୁର: ଗଞ୍ଜାମ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବିଦ୍ୟାଳୟଗୁଡିକ ବନ୍ଦ ରହିବ । ସେହିଭଳି ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଏହି ତିନି ଦିନ ବନ୍ଦ ରହିବା ନେଇ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି।
ଜିଲ୍ଲାରେ ଲଘୁଚାପ ଜନିତ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି କେନ୍ଦ୍ର ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାତ୍ର ଆଜି ହେବାକୁ ଥିବା ପୂର୍ବ ନିର୍ଦ୍ଧାରିତ ଏନଆରଟିଏସ ପରୀକ୍ଷା ଅନୁଷ୍ଠିତ ହେବ । ସେହିଭଳି ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ ।
ସୌଜନ୍ୟ ସମ୍ବାଦ




