Breaking News

ଉତ୍ତମ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ସ୍ଥାପନ ହୋଇଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ସୁଦୃଢ଼ କରୁଛି ରାଜ୍ୟର ଶିକ୍ଷା ଭିତ୍ତିଭୂମି

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟିତ

ଭୁବନେଶ୍ୱର: ସାରା ଦେଶରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସାଜିବ ଅନ୍ୟମାନଙ୍କ ପାଇଁ ଆଦର୍ଶ । ଏଠାରେ ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କ ସୁନେଲି ଭବିଷ୍ୟତ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।
ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରି ରାଜ୍ୟରେ ଶିକ୍ଷା ଭିତ୍ତିଭୂମି ସୁଦୃଢ଼ କରୁଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ। ଉତ୍ତମ ଶିକ୍ଷା ପ୍ରଦାନ ଲକ୍ଷ୍ୟରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୭୬ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ନୂଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରି କହିଛନ୍ତି ଯେ ଛାତ୍ରଛାତ୍ରୀଙ୍କ ସ୍ବପ୍ନ ଆଜି ସାକାର ହୋଇଛି। ମେଧାବୀ ଛାତ୍ରଛାତ୍ରୀଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ମାଧ୍ୟମରେ ଉତ୍ତମ ଶିକ୍ଷା ପ୍ରଦାନ କରାଯାଉଛି । ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ କରୁଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ଏହି ଅବସରରେ ନିଟ୍, ଜେଇଇ ଆଡଭାନ୍ସ ଓ ଜାତୀୟସ୍ତରୀୟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ମେଧାବୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଛା ଜଣାଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି ଯେ ରାଜ୍ୟରେ ୩୧୫ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସ୍ଥାପନ ହୋଇଛି। ଏଥିରେ ୩୨ ହଜାରରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ବଡ଼ ହେବା ପାଇଁ ଦୃଢ଼ ଇଚ୍ଛାଶକ୍ତି ଆବଶ୍ୟକ। ସମୟକୁ ବିନିଯୋଗ କରି କଠୋର ପରିଶ୍ରମ କରିବାକୁ ସେ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

Comments are closed.