ରାଜ୍ୟ
Mahanadi Water Disputes: ମହାନଦୀ ଜଳ ବିବାଦକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ…

ଭୁବନେଶ୍ୱର,୦୧/୧୦: ଆଜି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟସ୍ଥତାରେ ମହାନଦୀ ବିବାଦ ନେଇ ବୈଠକ ହେବ । ଏହି ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଯୋଗଦେବେ । ତେବେ ଏହି ବୈଠକ ପୂର୍ବରୁ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଛି ।
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟସ୍ଥତାରେ ମହାନଦୀକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଜଳ ବଣ୍ଟନ ବିବାଦର ଅନ୍ତ ଘଟିପାରେ ବୋଲି କୁହାଯାଉଛି। ଆଜି ସକାଳୁ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ ମଧ୍ୟ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ଗସ୍ତ ପୂର୍ବରୁ ବିବାଦର ସମାଧାନ ନେଇ ସେ ଆଶା ପ୍ରକଟ କରିଛନ୍ତି। ସେ କହିଛନ୍ତି ଯେ, ଉଭୟ ରାଜ୍ୟରେ ବିଜେପି ସରକାର ଥିବାରୁ, ବୈଠକରେ ଯେଉଁ ନିଷ୍ପତ୍ତି ନିଆଯିବ, ଆମେ ତାହାକୁ ମାନିବୁ..।
ସୌଜନ୍ୟ ପ୍ରମେୟ




