ରାଶିଫଳ

Horoscope 2026 October 02: ଜାଣନ୍ତୁ ଆଜିର ରାଶିଫଳ…

ଡାକ୍ତରଙ୍କ ଲାଗି ଦିନଟି ଶକ୍ତିରେ ପରିପୂର୍ଣ୍ଣ ରହିବ। ସମସ୍ତଙ୍କ ସହିତ ବନ୍ଧୁତାପୂର୍ଣ୍ଣ ବ୍ୟବହାର କରନ୍ତୁ ଆପଣଙ୍କର ସମ୍ମାନ ବଢ଼ିବ। ରାଜନୀତିକ ଲୋକ ନୂଆ କାମ କରିବା ଲାଗି ଉତ୍ସୁକ ହେବେ। ସମ୍ବନ୍ଧରେ ଲାଗି ରହିଥିବା ଭୁଲ୍ ଧାରଣା ଦୂର ହେବ।

‌ମେ‌ଷ: ଡାକ୍ତରଙ୍କ ଲାଗି ଦିନଟି ଶକ୍ତିରେ ପରିପୂର୍ଣ୍ଣ ରହିବ। ସମସ୍ତଙ୍କ ସହିତ ବନ୍ଧୁତାପୂର୍ଣ୍ଣ ବ୍ୟବହାର କରନ୍ତୁ ଆପଣଙ୍କର ସମ୍ମାନ ବଢ଼ିବ। ରାଜନୀତିକ ଲୋକ ନୂଆ କାମ କରିବା ଲାଗି ଉତ୍ସୁକ ହେବେ।

ବୃଷ: ସମ୍ବନ୍ଧରେ ଲାଗି ରହିଥିବା ଭୁଲ୍ ଧାରଣା ଦୂର ହେବ। ଚାକିରିଜୀବୀଙ୍କ ଲାଗି ଉନ୍ନତିର ନୂଆ ରାସ୍ତା ଖୋଲିବ। କମ୍ ପରିଶ୍ରମରେ ଯଥେଷ୍ଟ ଲାଭ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ।

ମିଥୁନ: କଲେଜରେ ନୂଆ ସାଙ୍ଗ ଗଢ଼ିବା ଯୋଗୁଁ ଭଲ ଉପାୟ ପ୍ରସ୍ତୁତ କରିବେ। ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ। ନିଜ ଲୋକଙ୍କ ପ୍ରତି ଆପଣଙ୍କର ପ୍ରେମ ବଢ଼ିବ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ।

କର୍କଟ: ଲୋକମାନଙ୍କ ମଧ୍ୟରେ ଆପଣଙ୍କ ବ୍ୟବହାରର ପ୍ରଶଂସା ହେବ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ ରହିବ। ଅଚାନକ ଖୁସି ଖବର ପାଇବେ। ଜମି ସଂପର୍କୀୟ କାମ ସଂପୂର୍ଣ୍ଣ ହୋଇଯିବ।‌

ସିଂହ: ଦିନଟି ବହୁତ ଶୁଭ ରହିବ। ଆପଣଙ୍କର କୌଣସି ନିର୍ଣ୍ଣୟରେ ପରିବାର ଲୋକ ସହଯୋଗ କରିବେ। ଦୋକାନଦାରଙ୍କୁ ଆଶାଠୁଁ ଅଧିକ ଲାଭ ମିଳିବ। ବେକାରଙ୍କ ଲାଗି ଚାକିରିର ସୁଯୋଗ ରହିଛି।

କନ୍ୟା: କିଛି ବିଶେଷ କାର୍ଯ୍ୟ କରିବା ଲାଗି ଭଲ ଦିନଟିଏ। କୌଣସି ଖୁସି ଖବର ପାଇବେ। ଜମି ଦଲାଲଙ୍କର କୌଣସି ବଡ଼ ଡିଲ୍ ଫାଇନାଲ ହୋଇଯିବ। ମାଆ ନିଜର ପିଲାମାନଙ୍କୁ ଶିଷ୍ଟାଚାର ଶିଖାଇବେ।

ତୁଳା: ସବୁପ୍ରକାର ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବେ। ଆପଣଙ୍କ ପିଲା ବ୍ୟବସାୟରେ ପୂରା ସହଯୋଗ କରିବେ। ସରକାରୀ ଚାକିରିଆ କାମରେ ବ୍ୟସ୍ତ ରହିବେ। ଦାମ୍ପତ୍ୟ ଜୀବନରେ ଖୁସି ଆସିବ।

ବିଛା: ନୂଆ କାମରେ ଭାଗ୍ୟର ପୂରା ସହଯୋଗ ପାଇବେ। ଲେଖକ କୌଣସି ନୂଆ ପୁସ୍ତକ ଲେଖି ପାରନ୍ତି। ଅଫିସରେ ତଳିଆ କର୍ମଚାରୀଙ୍କ ସହଯୋଗ ପାଇବେ। ପରିବାରର ଦାୟିତ୍ବ ଭଲଭାବେ ବୁଝିବେ।

ଧନୁ: ବ୍ୟବସାୟୀଙ୍କ ଲାଗି ଦିନଟି ଭଲ। ଆୟରେ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତିର ନିକଟତର ଥିଲେ ଅଧିକ ପରିଶ୍ରମ କରିବା ଦରକାର। ସନ୍ଧ୍ୟାରେ ବନ୍ଧୁମାନଙ୍କ ସହିତ ସମୟ ଅତିବାହିତ କରିବେ।‌

ମକର: ବ୍ୟବସାୟରେ ଅନୁଭବୀ ବ୍ୟକ୍ତିଙ୍କ ମତ ଆପଣଙ୍କ କାମ କରିବାର ନିୟମ ଶିଖାଇବ। ଶିକ୍ଷକ କୌଣସି ଜରୁରୀ ଆଲୋଚନାରେ ଯୋଗ ଦେବେ। ଜୀବନସାଥୀ ସହ ଭଲ ତାଳମେଳ ରହିବ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସବୁ କାମ ସହଜରେ ପୂରା ହୋଇଯିବ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ। ରାଜନୀତିରେ ସଫଳତା ପାଇବେ। ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ।

ମୀନ: ଭାଗୀଦାରିରେ ବ୍ୟବସାୟ କରିବା ପୂର୍ବରୁ ମୁରବିଙ୍କର ଅନୁମତି ନିଅନ୍ତୁ। ଅଫିସରେ କୌଣସି କଥାକୁ ନେଇ ସହକର୍ମୀଙ୍କ ସହ ତର୍କବିତର୍କ ହୋଇପାରେ। ମନର କୌଣସି କଥା ଜୀବନସାଥୀଙ୍କୁ କହିବେ।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button