ରାଜ୍ୟ
Jeevan Zindabad 2.0 ଜୀବନ ଜିନ୍ଦାବାଦ-୨.୦, ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲିବ ନାହିଁ: ମୁଖ୍ୟମନ୍ତ୍ରୀ
ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଓଡ଼ିଶାରେ ନୂଆ ମଦ ଦୋକାନ ଖୋଲିବ ନାହିଁ। ‘ଜୀବନ ଜିନ୍ଦାବାଦ ୨.୦’ରେ ନିଶା ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ଆହ୍ୱାନ। ଯୁବପିଢ଼ିଙ୍କୁ ନିଶାଠାରୁ ଦୂରେଇବାକୁ ଗୁରୁତ୍ୱ।

ଭୁବନେଶ୍ୱର: ଏପ୍ରିଲ ପହିଲାରେ ପ୍ରସ୍ତୁତ ନୂତନ ଅବକାରୀ ନୀତି ଅନୁସାରେ ଆଗାମୀ ତିନି ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ। ନିଶା କେବଳ ବ୍ୟକ୍ତିଗତ ଜୀବନକୁ ନୁହେଁ, ବରଂ ସମଗ୍ର ପରିବାର ଓ ସମାଜକୁ ବରବାଦ କରିଦେଉଛି ବୋଲି କହିବା ସହ ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୁଲିସ, ପକ୍ଷରୁ ଅନୁଷ୍ଠିତ ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ ଜିନ୍ଦାବାଦ- ୨.୦’ରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରୁ ନିଶାକୁ ମୂଳପୋଛ କରିବା ପାଇଁ ଦୃଢ଼ ଆହ୍ୱାନ ଦେଇଛନ୍ତି।
ସୌଜନ୍ୟ ସମ୍ବାଦ




